ପୂର୍ବତଟ ରେଳପଥ ପକ୍ଷରୁ ବିଭାଜନ ବିଭୀଷିକା ସ୍ମରଣ ଦିବସ

ଭୁବନେଶ୍ୱର,୧୫।୮: ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ ଚଳିତ ବର୍ଷ ଅଗଷ୍ଟ ୧୪ରେ ଦେଶ ବିଭାଜନ ସମୟର ବିଭୀଷିକାକୁ ସ୍ମରଣ ଦିବସ ଭାବେ ପାଳନ କରୁଛି। ଏପରିକି ନରେନ୍ଦ୍ର ମୋଦି ଗତ ସ୍ବାଧୀନତା ଦିବସ ଅଭିଭାଷଣରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ କରିବାକୁ ଘୋଷଣା କରିଥିଲେ। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥ ପକ୍ଷରୁ ଭୁବନେଶ୍ୱର ରେଳ ଷ୍ଟେଶନଠାରେ ଆୟୋଜିତ ସମାରୋହରେ ଯୋଗଦାନ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଜନ ଦିବସରେ ଘଟିଥିବା ଦୁଃଖଦ ଘଟଣା ବିଷୟରେ ବିସ୍ତୃତ ମତବ୍ୟକ୍ତ କରିଥିଲେ। ସେହିଭଳି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଥିଲେ ଯେ, ଯୁବସମାଜ ବିଭାଜନ ସମୟର ଦୁଃଖଦ ବିଭୀଷିକା ସମ୍ପର୍କରେ ଜାଣିବା ଆବଶ୍ୟକ ରହିଛି। ଏହି ଅବସରରେ ଭୁବନେଶ୍ୱର ରେଳ ଷ୍ଟେଶନରେ ଆୟୋଜିତ ପ୍ରଦର୍ଶନୀକୁ ପ୍ରଧାନ ଉଦ୍‌ଘାଟନ କରିବା ସହ ବୁଲି ଦେଖିଥିଲେ। ସେହିପରି ପୁରୀ,ଭୁବନେଶ୍ୱର,ସମ୍ବଲପୁର ଏବଂ ବିଶାଖାପଟନମ୍‌ ରେଳଷ୍ଟେଶନ ସମେତ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୩୭ଟି ରେଳ ଷ୍ଟେଶନଠାରେ ବିଭାଜନ ଭୟାବହତା ଉପରେ ପ୍ରଦର୍ଶନୀ ମଧ୍ୟ ଆୟୋଜିତ କରାଯାଇଥିଲା। ଏହି ଅବସରରେ ପ୍ରଧାନଙ୍କ ଦ୍ୱାରା ୨ଜଣ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉଭୟ ସ୍ବାଧୀନତା ସଂଗ୍ରାମୀ ଶ୍ୟାମ ସୁନ୍ଦର ବେହେରା ଏବଂ ରାମହରି ଗୋସ୍ବାମୀ ମଧ୍ୟ ବିଭାଜନ ସମୟର ବିଭୀଷିକା ସମ୍ବନ୍ଧରେ ସେମାନଙ୍କର ଅଭିଜ୍ଞତାକୁ ବଖାଣିଥିଲେ। ସେହିପରି ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବସ୍ତାବ ଉକ୍ତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିବାବେଳେ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳଓ୍ବେ ପ୍ରବନ୍ଧକ ରିଙ୍କେଶ ରୟ ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri