Posted inଜାତୀୟ

ପାର୍ଟନରଙ୍କୁ ପ୍ରେସର୍‌ କୁକରରେ ପିଟି ହତ୍ୟା

ବେଙ୍ଗାଲୁରୁ,୨୯।୮: ଲିଭ୍‌ ଇନ୍‌ ରିଲେସନ୍‌ଶିପ୍‌ରେ ରହୁଥିବା ଯୁବତୀ ଅନ୍ୟ ପୁରୁଷ ସହ ସମ୍ପର୍କ ରଖିବା ସନ୍ଦେହ କରି ପ୍ରେସର୍‌ କୁକରରେ ପିଟି ହତ୍ୟା କରିଛନ୍ତି ପ୍ରେମିକ। ଶନିବାର ରାତିରେ ଏହି ଘଟଣା ଘଟିଥିଲାବେଳେ ପୋଲିସ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ମୃତ ପ୍ରେମିକା ଥିରୁଭାନନ୍ତପୁରମ୍‌ର ଦେବା ଏସ୍‌ ହୋଇଥିବାବେଳେ ଅଭିଯୁକ୍ତ ବୈଷ୍ଣବ ହେଉଛନ୍ତି କେରଳର କୋଲମ୍‌ ଅଞ୍ଚଳର। ଅନ୍ୟ ପୁରୁଷ ସହ ସମ୍ପର୍କକୁ ନେଇ ଉଭୟଙ୍କ ମଧ୍ୟରେ ବିଭିନ୍ନ ସମୟରେ ଗଣ୍ଡଗୋଳ ହେଉଥିଲା। ଶନିବାର ରାତିରେ ବୈଷ୍ଣବ ହତ୍ୟା ଉଦ୍ଦେଶ୍ୟରେ ପ୍ରଥମେ ପ୍ରେସର୍‌ କୁକରରେ ଥିବା ଭାତ ଖାଲି କରିଥିଲେ। ଏହାପରେ ପ୍ରେମିକାଙ୍କ ମୁଣ୍ଡକୁ ବାରମ୍ବାର ପ୍ରହାର କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ପ୍ରେମିକା ଦେବାଙ୍କ ମୃତ୍ୟୁ ଘଟିଥିଲା। ଦେବାଙ୍କ ଭଉଣୀ କ୍ରିଷ୍ଣା ତାଙ୍କୁ ଫୋନ୍‌ କରିବା ପରେ ସେ ଉଠାଇନଥିଲେ। ତେଣୁ ସେ ପଡ଼ୋଶୀଙ୍କୁ ଫୋନ୍‌ କରିବାରୁ ଘଟଣା ସାମ୍ନାକୁ ଆସିଥିଲା। ହତ୍ୟା କରିବା ପରେ ବୈଷ୍ଣବ ଘଟଣାସ୍ଥଳରୁ ଫେରାର ହୋଇଥିଲେ। କ୍ରିଷ୍ଣା କହିଛନ୍ତି, ଘଟଣା ଦିନ ସକାଳେ ଦେବା ଓ ବୈଷ୍ଣବ ତାଙ୍କ ଘରକୁ ଆସିଥିଲେ ଏବଂ ସେଠାରେ କୌଣସି କଥାକୁ ନେଇ ପାଟିତୁଣ୍ଡ କରିଥିଲେ। ଦେବା ସବୁବେଳେ ମୋବାଇଲରେ ବ୍ୟସ୍ତ ରହିବା ସହ ଅନ୍ୟ କାହାରିକୁ ମେସେଜ୍‌ କରୁଛନ୍ତି ବୋଲି ବୈଷ୍ଣବ ଅଭିଯୋଗ କରିଥିଲେ। ଏହାପରେ କ୍ରିଷ୍ଣା ଉଭୟଙ୍କୁ ବୁଝାଶୁଝା କରି ଘରକୁ ପଠାଇଥିଲେ। ଘଟଣାପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ପୋଲିସ ତାଙ୍କୁ ରବିବାର ଗିରଫ କରିଥିଲା। ଦେବାଙ୍କୁ ବାରମ୍ବାର ତାଗିଦ୍‌ ପରେ ମଧ୍ୟ ସେ ଅନ୍ୟ ଜଣଙ୍କ ସହ ସମ୍ପର୍କ ରଖିଥିଲେ। ତେଣୁ ବାଧ୍ୟ ହୋଇ ହତ୍ୟା କରିଛନ୍ତି ବୋଲି ବୈଷ୍ଣବ ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଦେବା ଏବଂ ବୈଷ୍ଣବ ଶେୟାର ମାର୍କେଟ୍‌ ବ୍ୟବସାୟରେ ସମ୍ପୃକ୍ତ ଥିଲେ। କେରଳରେ ଉଭୟଙ୍କ ସାକ୍ଷାତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri