ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ ଶଙ୍ଖଭବନରୁ ଡାକରା ଆସିବା ପରେ ଶୁକ୍ରବାର ଶଙ୍ଖ ଭବନରେ ପହଞ୍ଚିଛନ୍ତି ଗଞ୍ଜାମ ବିଜେଡି ଆଗ ଧାଡ଼ିର ନେତା। ଭାଜପା ସରକାରଙ୍କ ଅପାରଗତା ନେଇ ଲୋକଙ୍କ ପାଖରେ ପହଞ୍ଚାଇ ଗରିବ ଜନସାଧାରଣଙ୍କ ନିକଟତର ହେବାକୁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଥିବା ଗଞ୍ଜାମ ଏନ୍‌ଏସି ଯୁବ ବିଜେଡି ସଭାପତି ସୁଧୀର କୁମାର ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିସହ ନିର୍ବାଚନବେଳେ ଭାଜପା ଦେଇଥିବା ପ୍ରତିଶ୍ରୁତି ପ୍ରତିଶ୍ରୁତିରେ ହିଁ ରହିଯାଇଛି। ପଞ୍ଚାୟତ ପୌର ନିର୍ବାଚନରେ ଭୋଟର ଉଚିତ ଜବାବ ଦେବେ ବୋଲି ପାଢ଼ୀ କହିଛନ୍ତି।

ଜିଲା ପରିଷଦ ସଭ୍ୟ ସନାତନ ବେହେରା, ପୂର୍ବତନ ଜିଲା ପରିଷଦ ସଭ୍ୟ ତଥା ବର୍ତ୍ତମାନ ସମିତି ସଭ୍ୟାଙ୍କ ସ୍ବାମୀ ଗଗନ ସ୍ବାଇଁ, ଛତ୍ରପୁର ବ୍ଲକ ସଭାପତି ଚକରା ରେଡ୍ଡୀ, ଏନ୍‌ଏସି ସଭାପତି ରାଜି ବାବୁ, ଗଞ୍ଜାମ ବ୍ଲକ ସଭାପତି ରଞ୍ଜନ ପଲାଇ, ଶ୍ରମିକ ସଂଗଠନ ନେତା ଶଙ୍କର ଦାସ, ମୁନା ଦାସ, ବରିଷ୍ଠ ନେତା ବାନାମ୍ବର ପଲାଇ, ପୂର୍ବତନ ଉପନଗରପାଳ ନୀଳାଞ୍ଚଳ ବାରିକ୍‌, ବରିଷ୍ଠ ବିଜେଡି ନେତା ସୁଦାମ ଚରଣ ଜେନା, ରାଜେଶ ମହାରଣା, ଗଞ୍ଜାମ ଏନ୍‌ଏସି ବିଜୁ ଜନତା ଦଳ ସଭାପତି ସୁଧୀର କୁମାର ପାଢ଼ୀ, ବିମଳ ପଣ୍ଡା, କାହ୍ନୁ ବେହେରା, ମୁନା ଦାସ, ସୁରେଶ ଦାସ, ବୁଚିବାବୁ, ଅଭି ପ୍ରଧାନ, ଯୁବ ନେତା ବିଭୂତି ପଲାଇ, ଛାତ୍ରନେତା ବାଦଲ ପ୍ରଧାନ, ଶ୍ରୀକାନ୍ତ ବିଶ୍ୱାଳ ପ୍ରମୁଖ ଦଳୀୟ ନେତୃବୃନ୍ଦଙ୍କ ସହ ଆଲୋଚନାବେଳେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri