Posted inଖେଳ

ପାରୁଲ, ଅମିତ ଧ୍ୱଜାବାହକ

ହାଙ୍ଗଝୋ,୨୩ା୧୦: ଚାଇନାର ହାଙ୍ଗଝୋରେ ରବିବାର ଆରମ୍ଭ ହୋଇଛି ପାରା ଏସିଆନ୍‌ ଗେମ୍ସ। ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଭାରତ ପକ୍ଷରୁ ପାରା ସଟଲର ପାରୁଲ ପରମାର ଓ ପାରା କ୍ଲବ୍‌ ଥ୍ରୋୟର ଅମିତ ସରୋହା ଧ୍ୱଜା ବାହକ ରହିଥିଲେ। ୧୫ ଦିନ ପୂର୍ବରୁ ସମାନ ଭେନ୍ୟୁରେ ଭାରତୀୟ ଆଥ୍‌ଲେଟମାନେ ଏସିଆନ୍‌ ଗେମ୍ସରେ ପଦକ ସଂଖ୍ୟାରେ ଶତକ ହାସଲ କରିଥିଲେ। ବିଗତ ପାରା ଏସିଆନ୍‌ ଗେମ୍ସରେ ଭାରତ ୭୨ ପଦକ ହାସଲ କରିଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟାକୁ ଅତିକ୍ରମ କରିବାକୁ ପ୍ରୟାସ କରିବ। ଚଳିତ ପାରା ଏସିଆନ୍‌ ଗେମ୍ସ ପାଇଁ ଭାରତ ୩୧୩ ଜଣିଆ ଦଳ ପ୍ରେରଣ କରିଛି। ଭାରତୀୟ ଇତିହାସରେ ଏହା ସବୁଠାରୁ ବଡ ଦଳ ଓ ଚଳିତ ସଂସ୍କରଣରେ ରେକର୍ଡ ପଦକ ହାସଲ କରିବା ଲକ୍ଷ୍ୟରେ ରହିଛି ଭାରତ। ୨୨ଟି ଇଭେଣ୍ଟରୁ ୧୭ଟିରେ ଭାରତୀୟ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ପ୍ରଥମ ଥର ପାଇଁ ରୋଇଂ, କାନୋଇଂ, ଲନ୍‌ ବଲ୍‌, ଟାଏକୋଣ୍ଡୋ ଓ ଦୃଷ୍ଟିବାଧିତ ଫୁଟବଲରେ ଭାରତ ଅଂଶଗ୍ରହଣ କରିବ। ୪୩ ଦେଶର ସମୁଦାୟ ୪୦୦୦ ପ୍ରତିଯୋଗୀ ଏହି ମେଗା ଇଭେଣ୍ଟରେ ଅଂଶଗ୍ରହଣ କରିବେ। ୨୦୧୪ ଓ ୨୦୧୮ ସଂସ୍କରଣରେ ଭାରତ ଯଥାକ୍ରମେ ୧୫ ଓ ୯ମ ସ୍ଥାନରେ ଅଭିଯାନ ଶେଷ କରିଥିଲା। ତେବେ ଚଳିତବର୍ଷ ଦଳ ପଦକ ସଂଖ୍ୟାରେ ଶତକ ହାସଲ କରିବା ନେଇ ପାରାଲିମ୍ପିକ୍ସ କମିଟି ଅଫ୍‌ ଇଣ୍ଡିଆ ଦୃଢୋକ୍ତି ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri