ନବୀନଙ୍କୁ ନେଇ ଏମିତି କହିଦେଲେ ପ୍ରଭାତୀ ପରିଡା: ଛଳନା କରି…

ଭୁବନେଶ୍ୱର,୧ା୫(ରବିନାରାୟଣ ଜେନା):ବିଧାନସଭାର ସ୍ବତନ୍ତ୍ର ଅଧିବେଶନ କାଳରେ ଗୁରୁବାର ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବର୍ଷିଛନ୍ତି। ପ୍ରଭାତୀ କହିଛନ୍ତି, ଆଜି ବିରୋଧୀ ଦଳ ନେତା କେନ୍ଦୁଝର ଜିତୁ ମୁଣ୍ଡାଙ୍କ କଥା ଗୃହରେ ଉଠାଉଛନ୍ତି। ହେଲେ ସେ ଭୁଲି ଯାଉଛନ୍ତି, ସେ ଯେତେବେଳେ ସେ ମୁଖ୍ୟମନ୍ତ୍ରୀ ଥିଲେ ସେତେବେଳେ ଦାନ ମାଝୀ ଭଳି ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ରାଜ୍ୟରେ ଘଟିଥିଲା। ଅର୍ଥ ଅଭାବରୁ ଦାନ ମାଝୀ ତାଙ୍କ ସ୍ତ୍ରୀଙ୍କୁ କାନ୍ଧରେ ଦୀର୍ଘପଥ ବୋହି ନେଇଥିଲେ। ସେତେବେଳେ ଏହା କ’ଣ ମହିଳାଙ୍କ ପ୍ରତି ସମ୍ମାନ ଥିଲା କି ? ନବୀନବାବୁ କ’ଣ ପାଇଁ ଏହାର ଜବାବ ରଖି ନ ଥିଲେ, ହେଲେ ଏବେ କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି। ବିଜୁବାବୁ ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ଲାଗୁ କରିଛନ୍ତି। ଏଥିପାଇଁ ବିଜୁବାବୁଙ୍କ ପ୍ରତି ଆମର ସମ୍ମାନ ରହିଛି। କିନ୍ତୁ ନବୀନବାବୁଙ୍କ ୨୪ ବର୍ଷ ଶାସନରେ ଯେତେସବୁ ମହିଳାଙ୍କ ପ୍ରତି ଅନ୍ୟାୟ ହୋଇଛି ତା’ର ଜବାବ ଦେଇପାରିବେ କି ? ନବୀନବାବୁ ଛଳନା କରି ଭାଜପାର ୨୦ ସାଂସଦଙ୍କୁ ଚିଠି ଲେଖିଥିଲେ। ଯେଉଁଦଳ ୨୪ବର୍ଷ ଧରି କିଛି କରିପାରିଲେ ନାହିଁ, ସେମାନେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧ କରୁଛନ୍ତି। ହେଲେ ମୋଦି ଅଛନ୍ତି ତ ସବୁ ସମ୍ଭବ। ଇତିହାସ ଏମାନଙ୍କୁ କ୍ଷମାଦେବ ନାହିଁ। ଯେଉଁମାନେ ମହିଳାଙ୍କୁ ଅବହେଳା କରିଛନ୍ତି, ସେମାନଙ୍କୁ ସମୟ ହିଁ ଅବହେଳା କରିଦେବ। ନବୀନବାବୁ ଆପଣ ଆଉ ମହିଳାଙ୍କୁ ବୋକା ବନେଇପାରିବେ ନାହିଁ ବୋଲି କହି ପ୍ରଭାତୀ ବର୍ଷିଛନ୍ତି।
ପ୍ରଭାତୀ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି, କଂଗ୍ରେସ ୪୦ବର୍ଷ ଧରି ଶାସନରେ ରହିଥିଲେ ହେଁ ମହିଳାଙ୍କ ପାଇଁ କିଛି କରିନାହିଁ। କଂଗ୍ରେସ କେବଳ ଗାନ୍ଧୀ ପରିବାରର ମହିଳା କିଭଳି ଆଗକୁ ଯିବେ ସେହି ଚିନ୍ତା କରୁଛି। ୨୦୨୩ରେ ଯେଉଁ ମହିଳା ବିଲ୍‌ ସଂସଦରେ ଆସିଥିଲା ତାହା ୨୦୨୪ରେ ଲାଗୁ ହୋଇପାରିବ ନାହିଁ ବୋଲି ବିରୋଧୀ ଜାଣିଥିଲେ। କଂଗ୍ରେସ ମହିଳା ବିରୋଧୀ ବୋଲି ପ୍ରଭାତୀ କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?