ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର ଅମ୍ବାଭାନା ବ୍ଲକ ଅଞ୍ଚଳରେ ରହିଥିବା ଏହି ପ୍ରକଳ୍ପର ପମ୍ପ ହାଉସ ଗୁଡିକରେ ମଙ୍ଗଳବାରଠାରୁ ତାଲା ଝୁଲୁଛି। ଏହାକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବାରପାହାଡ କୃଷକ ସଂଗଠନ ଚେତାବନୀ ଦେଇଛି।

ପ୍ରକାଶ ଯେ, ଗତ ୨୦୧୮ ମସିହାରେ ତତକାଳୀନ ରାଜ୍ୟ ସରକାର ପାର୍ବତୀ ଗିରିଙ୍କ ନାମରେ ଏହି ପ୍ରକଳ୍ପ ଆରମ୍ଭ କରିଥିଲେ। ଏଥିପାଇଁ ୨୫୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ୫୯ ପ୍ରକଳ୍ପ ନିର୍ମାଣ ଘୋଷଣା କରିଥିଲେ। ଏଥିରେ ହାରାହାରି ୮୦ହଜାର ହେକ୍ଟର ଜମି ଜଳସେଚନ ହେବାର ଲକ୍ଷ୍ୟ ରହିଥିଲା । ସେଥିମଧ୍ୟରୁ ବରଗଡ଼ ଜିଲା ଅମ୍ବାଭାନା ବ୍ଲକରେ ୩ଟି ପ୍ରକଳ୍ପ ରହିଛି। ସେଥିରୁ ତାମଦେଇରେ ୩୯କୋଟି ଖର୍ଚ୍ଚ କରି ୧୪ଶହ ହେକ୍ଟର, ଜାମପାଲିରେ ୩୪କୋଟି ଖର୍ଚ୍ଚରେ ୧୩ଶହ ହେକ୍ଟର ଏବଂ ଚିଖିଲିରେ ୫୩କୋଟି ଖର୍ଚ୍ଚ କରି ୨୦୦୦ ହେକ୍ଟର ଜମି ଜଳସେଚନ ହେବା ପାଇଁ ସରକାର ସେତେବେଳେ ଘୋଷଣା କରିଥିଲେ। ପ୍ରକଳ୍ପ ଗୁଡ଼ିକ ୨୦୨୩ ମସିହାରେ ଶେଷ ହୋଇଥିଲା। ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦାବି ପୂରଣ ହେଲା ବୋଲି କହି ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପର ଲୋକାର୍ପଣ କହିଥିଲେ । ହେଲେ ପ୍ରକଳ୍ପ ଠିକ ଭାବରେ କାର୍ଯ୍ୟକାରୀ ହୋଇ ପାରି ନ ଥିଲା। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୦ ପ୍ରତିଶତ ଜମି ଚାଷ ହୋଇ ପାରୁଛି ବୋଲି ଚାଷୀମାନେ କହିଛନ୍ତି। ପରିଚାଳନାଗତ ତ୍ରୁଟି, ଲୋ ଭୋଲଟାଜ, ଇନଟେକ ୱାଲ ଓ ରିଜର୍ଭରକୁ ସଂଯୋଗ କରୁଥିବା ନାଳ ଗଭୀର ହୋଇ ନ ଥିବାରୁ ଠିକ ଭାବେ ମୋଟରକୁ ପାଣି ଆସୁନାହିଁ। ଏଭଳି ସ୍ଥିତିରେ ଏହି ସମସ୍ୟାର ସମାଧାନ କରିବା ପରିବର୍ତ୍ତେ ମଙ୍ଗଳବାରରୁ ଟେଣ୍ଡର ନେଇଥିବା କମ୍ପାନୀ ଏଗ୍ରିମେଣ୍ଟ ସରିଯାଇଛି କହି ତାଲା ବନ୍ଦ କରି ସମ୍ପୂର୍ଣ୍ଣ ପ୍ରକଳ୍ପକୁ ଅଚଳ କରିଦେବା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ ଏହି ପ୍ରକଳ୍ପ ଅଧିନରେ ଚାଷ କରିଥିବା ହଜାର ହଜାର ଏକର ଧାନ, ମୁଗ, ଚିନାବାଦାମ ନଷ୍ଟ ହୋଇଯିବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri