ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗଦେବାକୁ ସହମତି ପ୍ରକାଶ କରିଥିଲେ । ଦାରିଙ୍ଗବାଡି ଶୀତ ମହୋତ୍ସବ କମିଟି ପକ୍ଷରୁ ବୁଧବାର ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଭେଟି ଏହି ମହୋତ୍ସବରେ ଯୋଗଦାନ କରିବାକୁ ନିମନ୍ତ୍ରଣ କରାଯାଇଛି । ସେ ଖୁବ ଶୀଘ୍ର ଏନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କମିଟିକୁ ସୂଚନା ଦିଆଯିବ ବୋଲି କୁହାଯାଇଛି ।

ଦାରିଙ୍ଗବାଡିର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଶୀତ ମହୋତ୍ସବର ଆବଶ୍ୟକତା ଓ ପର୍ଯ୍ୟଟନକ୍ଷେତ୍ରର ଆହୁରି ବିକାଶ କରାଯିବା ପାଇଁ କମିଟି ମନ୍ତ୍ରୀ ପ୍ରଭାତୀ ପାତିଡ଼ାଙ୍କୁ ନିବେଦନ କରିଛନ୍ତି । ଶୀତ ମହୋତ୍ସବ କମିଟିର ନିମନ୍ତ୍ରଣ ପତ୍ରକୁ ମନ୍ତ୍ରୀ ଗ୍ରହଣ କାଟିଥିବାରୁ କମିଟି ପକ୍ଷରୁ ତାଙ୍କୁ ସାଧୁବାଦ ଦିଆଯାଇଛି । ସୂଚନା ଯୋଗ୍ୟଯେ ପୁର୍ବରୁ ବିଧାନସଭାର ବାଚସ୍ପତି ସୁରମା ପାଢ଼ି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଖାଉଟି କଲ୍ୟାଣ ଯୋଗାଣ ଓ ବିଜ୍ଞାନ ପ୍ରଯୁକ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିମନ୍ତ୍ରଣ ଗ୍ରହଣ କରି ଆସିବାକୁ ରାଜି ହୋଇଥିବା ଜଣାପଡିଛି ।

ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ, ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ଜିଲ୍ଲା ସମ୍ପାଦକ ସନ୍ତୋଷ ସାହୁ, ବଣିକ ସଙ୍ଘ ଉପସଭାପତି ଦିଲୀପ ସାହୁ, ବରିଷ୍ଠ ନାଗରିକ ମଞ୍ଚ ର ସମ୍ପାଦକ ପତିତପାବନ ରାଉତ, ରଞ୍ଜିତ ସେନାପତି,ସୁବାଷ ସାହୁ, ରଞ୍ଜନ ସାହୁ ପ୍ରମୁଖ ଭୁବନେଶ୍ୱର ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri