ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗଦେବାକୁ ସହମତି ପ୍ରକାଶ କରିଥିଲେ । ଦାରିଙ୍ଗବାଡି ଶୀତ ମହୋତ୍ସବ କମିଟି ପକ୍ଷରୁ ବୁଧବାର ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଭେଟି ଏହି ମହୋତ୍ସବରେ ଯୋଗଦାନ କରିବାକୁ ନିମନ୍ତ୍ରଣ କରାଯାଇଛି । ସେ ଖୁବ ଶୀଘ୍ର ଏନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କମିଟିକୁ ସୂଚନା ଦିଆଯିବ ବୋଲି କୁହାଯାଇଛି ।

ଦାରିଙ୍ଗବାଡିର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଶୀତ ମହୋତ୍ସବର ଆବଶ୍ୟକତା ଓ ପର୍ଯ୍ୟଟନକ୍ଷେତ୍ରର ଆହୁରି ବିକାଶ କରାଯିବା ପାଇଁ କମିଟି ମନ୍ତ୍ରୀ ପ୍ରଭାତୀ ପାତିଡ଼ାଙ୍କୁ ନିବେଦନ କରିଛନ୍ତି । ଶୀତ ମହୋତ୍ସବ କମିଟିର ନିମନ୍ତ୍ରଣ ପତ୍ରକୁ ମନ୍ତ୍ରୀ ଗ୍ରହଣ କାଟିଥିବାରୁ କମିଟି ପକ୍ଷରୁ ତାଙ୍କୁ ସାଧୁବାଦ ଦିଆଯାଇଛି । ସୂଚନା ଯୋଗ୍ୟଯେ ପୁର୍ବରୁ ବିଧାନସଭାର ବାଚସ୍ପତି ସୁରମା ପାଢ଼ି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଖାଉଟି କଲ୍ୟାଣ ଯୋଗାଣ ଓ ବିଜ୍ଞାନ ପ୍ରଯୁକ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିମନ୍ତ୍ରଣ ଗ୍ରହଣ କରି ଆସିବାକୁ ରାଜି ହୋଇଥିବା ଜଣାପଡିଛି ।

ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ, ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ଜିଲ୍ଲା ସମ୍ପାଦକ ସନ୍ତୋଷ ସାହୁ, ବଣିକ ସଙ୍ଘ ଉପସଭାପତି ଦିଲୀପ ସାହୁ, ବରିଷ୍ଠ ନାଗରିକ ମଞ୍ଚ ର ସମ୍ପାଦକ ପତିତପାବନ ରାଉତ, ରଞ୍ଜିତ ସେନାପତି,ସୁବାଷ ସାହୁ, ରଞ୍ଜନ ସାହୁ ପ୍ରମୁଖ ଭୁବନେଶ୍ୱର ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri