ପରୀ ପ୍ରସଙ୍ଗରେ ଭାଜପା, ବିଜେଡି କଳି ଛିଣ୍ଡୁନି

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ନୟାଗଡ଼ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସରକାର ଅସଲ ଅପରାଧୀକୁ ଧରିବା ପରିବର୍ତ୍ତେ ନ୍ୟାୟକୁ ବାଟବଣା କରିବା ପାଇଁ ଅପଚେଷ୍ଟା କରିଛନ୍ତି। ଜାନୁୟାରୀ ୧୪ରେ ପରୀର ମା’ ସୌଦାମିନୀ ସାହୁ ୫୫୦୦ ନିଖୋଜ ଶିଶୁଙ୍କୁ ନ୍ୟାୟ ଦେବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେଦିନ ସୁପ୍ରିମକୋର୍ଟ ଉଭୟ ରାଜ୍ୟ ସରକାର ଓ ସିବିଆଇକୁ ନୋଟିସ କରି ଫେବୃୟାରୀ ୨୨ ସୁଦ୍ଧା ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାର ତଦନ୍ତ ପାଇଁ ସରକାରଙ୍କ ଦ୍ୱାରା ଗଠିତ ଏସ୍‌ଆଇଟି ନୟାଗଡ଼ ଚିଲ୍‌ଡ୍ରେନ କୋର୍ଟରେ ଚାର୍ଜଶିଟ ମଧ୍ୟ ଦାଖଲ କରିସାରିଛି। ହେଲେ ସରକାର ଫେବୃୟାରୀ ୨୨ରେ ସୁପ୍ରିମକୋର୍ଟରେ କୌଣସି ପକ୍ଷ ନ ରଖି ଓଲଟା ୪ ସପ୍ତାହ ମହଲତ ମାଗିଥିଲେ। ଯେତେବେଳେ ସରକାର ଚିଲ୍‌ଡ୍ରେନ କୋର୍ଟରେ ନାବାଳକ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାକୁ ଚାର୍ଜଶିଟ ଦାଖଲ କରିଛନ୍ତି ଏବଂ ତଥ୍ୟ ପ୍ରମାଣ ସହ ତାକୁ ଦଣ୍ଡ ଦେବା ପାଇଁ ପର୍ଯ୍ୟାପ୍ତ ବୋଲି କହୁଛନ୍ତି, ସେତେବେଳେ ଏହି ପ୍ରମାଣ ସୁପ୍ରିମକୋର୍ଟରେ ରଖିବା ପାଇଁ କାହିଁକି ଡରିଲେ ବୋଲି ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି ା ଏହି ୪ ସପ୍ତାହରେ ସବୁ ପ୍ରକାର ତଥ୍ୟ ପ୍ରମାଣ ନଷ୍ଟ କରିବା ପାଇଁ ରାଜ୍ୟ ସରକାର ମହଲତ ନେଇଛନ୍ତି ା ୫ ବର୍ଷର ଶିଶୁ କନ୍ୟା ପରୀକୁ ନ୍ୟାୟ ନ ଦେବା ପାଇଁ ସରକାର ଅଣ୍ଟା ଭିଡ଼ିଥିବା ଲେଖାଶ୍ରୀ କହିଛନ୍ତି। ଅନ୍ୟପକ୍ଷରେ ଲେଖାଶ୍ରୀଙ୍କ ମନ୍ତବ୍ୟକୁ କଡ଼ା ଭାଷାରେ ସମାଲୋଚନା କରାଯାଇ ସେ ମାନସିକ ଭାରସାମ୍ୟ ହରାଇବା ଭଳି ଲକ୍ଷ୍ୟ କରାଯାଉଥିବା ବିଜେଡି ଅଭିଯୋଗ କରିଛି। ବିଜେଡି ନେତ୍ରୀ ଈପ୍ସିତା ସାହୁ କହିଛନ୍ତି, ବାରମ୍ବାର କହୁଛୁ ଯଦି ତାଙ୍କ ପାଖେ କିଛି ତଥ୍ୟ ପ୍ରମାଣ ଅଛି, ତେବେ ଅଦାଲତରେ ଦାଖଲ କରନ୍ତୁ। ଏହାଦ୍ୱାରା ସେ ତଦନ୍ତକୁ ଦିଗହରା ଓ ବାଟବଣା କରିବାକୁ ଚାହୁଁଛନ୍ତି। ଏଭଳି କାର୍ଯ୍ୟ ପାଇଁ ସେ ଲଜ୍ଜିତ ହେବା ସହିତ ରାଜ୍ୟବାସୀଙ୍କ ନିକଟରୁ କ୍ଷମା ମାଗିନେବା ଉଚିତ। ଲେଖାଶ୍ରୀଙ୍କ ଉପରେ ଏବେ ଦୟା ଆସୁଛି। ଗତ ୨ଟି ନିର୍ବାଚନରେ ଭାଜପା ତାଙ୍କୁ ଟିକେଟ ଦେଇ ନ ଥିବାରୁ କାଳେ ଏଥର ମିଳିଯିବ ସେହି ଆଶାରେ ସେ ବର୍ତ୍ତମାନ ପିପିଲିରେ ନାକ ପୂରାଉଛନ୍ତି। ଜଣେ ମହିଳା ହିସାବରେ ଲେଖାଶ୍ରୀଙ୍କ ପ୍ରତି ସମବେଦନା ଜଣାଉଛି ବୋଲି ଈପ୍ସିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri