ପାକିସ୍ତାନ ବନ୍ୟାରେ ୧୩ଶହରୁ ଅଧିକ ମୃତ, ମାହାମାରୀ ବ୍ୟାପିବା ଆଶଙ୍କା, ୧୨.୫ ଅରବ ଡଲାର କ୍ଷତି

ଇସଲାମାବାଦ,୫ ।୯: ପଡୋଶୀ ଦେଶ ପାକିସ୍ତାନରେ ଏବେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ବର୍ଷା ଓ ବନ୍ୟା ଏବେ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । ବନ୍ୟାରେ ଏବେ ପର୍ଯ୍ୟନ୍ତ ୧୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ବନ୍ୟା ଫଳରେ ଏବେ ସେଠାରେ ମାହମାରୀ ବ୍ୟାପିବାର ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଅଧିକାରୀମାନେ ଏହାକୁ ରୋକିବାକୁ ସମସ୍ତ ପ୍ରକାର ପ୍ରୟାସ ଆରମ୍ଭ କରି ଦେଇଛନ୍ତି । ଏହାସହ ବନ୍ୟା ପାକିସ୍ତାନର ଆର୍ଥିକ ମେରୁଦଣ୍ଡକୁ ସମ୍ପୂର୍ଣ୍ଣ ରୂପେ ଦୋହଲାଇ ଯାଇଛି । ଚଳିତ ବର୍ଷ ବନ୍ୟାରେ ପାକିସ୍ତାନରେ ୧୨.୫ ଅରବ ଡଲାରର କ୍ଷତି ହୋଇଥିବା ଅନୁମାନ କରାଯାଉଛି ।
ପାକିସ୍ତାନରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଯୋଗୁ ହଜାର ହଜାର ଲୋକ ଏବେ ରିଲିଫ ଶିବିରରେ ଆଶ୍ରୟ ନେଇଛନ୍ତି । ପାକସ୍ତାନର ସ୍ଥିତି ଏମିତି ହୋଇଛି ଯେ ଦେଶର ଏକ ତୃତିୟାଂଶ ବନ୍ୟାର କରାଳ କବଳରେ ଫସି ଯାଇଛି । ଏବେ ବନ୍ୟା ପୀଡ଼ତଙ୍କୁ ସାହାଯ୍ୟ କରିବା ଓ ସେମାନଙ୍କ ଆବଶ୍ୟକତାକୁ ପୂରଣ କରିବା ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ପାଲଟି ଯାଇଛି । ସିନ୍ଧ ଅଞ୍ଚଳ ବନ୍ୟାରେ ଅଧିକ କ୍ଷତିଗ୍ରସ୍ତ ହୋଇଛି । ଲୋକଙ୍କ ନିକଟରେ ଖାଦ୍ୟ ପାନୀୟ ସଙ୍କଟ ଉତ୍କଟ ହୋଇ ଯାଇଛି । ଏଥିପାଇଁ ସରକାର ଅନ୍ତର୍ଜାତୀୟ ସହାୟତା ଲୋଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?