ଓଲଟିଲା ଯାତ୍ରୀବାହୀ ଅଟୋ

ଦିଗପହଣ୍ଡି,୧୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଅନଙ୍ଗପୁର ଗାଁ ନିକଟ ମୁଖ୍ୟରାସ୍ତାରେ ବୁଧବାର ଅପରାହ୍ନରେ ଏକ ଯାତ୍ରୀବାହୀ ଅଟୋ (ନଂ.ଓଡି ୦୭ ଜେଡ୍‌-୬୮୭୨) ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିବାରୁ ଅଟୋ ଚାଳକଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଦିଗପହଣ୍ଡି ସାନବ୍ରାହ୍ମଣ ସାହିର ଦନାର୍ଦ୍ଦନ ମହାରଣା ତାଙ୍କ ସ୍ତ୍ରୀ ଶକୁନ୍ତଳା, ଜକରାପଲ୍ଲୀ ଗ୍ରାମର କୁନି ଗୌଡ଼, କେ.ନୂଆଗାଁ ଥାନା ଗୌଡ଼ ଗାଁର ଲବଙ୍ଗ ବେହେରା, ବ୍ରହ୍ମପୁର ସଦର ଥାନା କୁକୁଡ଼ାଖଣ୍ଡି ଗ୍ରାମର ରମା ଗୌଡ଼, ପାଟପୁର ଥାନା ସାହସପୁର ଗ୍ରାମର ଅଟୋ ଚାଳକ ଭଗବାନ ସେଠୀ। ଆହତମାନଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଦନାର୍ଦ୍ଦନ ମହାରଣା,ଶକୁନ୍ତଳା ଏବଂ କୁନି ଗୌଡ଼ଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଯାତ୍ରୀମାନେ ବ୍ରହ୍ମପୁରରୁ ଦିଗପହଣ୍ଡି ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗସ୍ତ ଅଟୋକୁ ଜବତ କରି ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri