ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ: ୨୭ ମୃତ, ୧୭ ଆହତ…

ମେକ୍ସିକୋ ସିଟି,୬।୭ : ମେକ୍ସିକୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପ୍ରାୟ ୨୭ ଜଣଙ୍କର ମୃତ୍ୟୁ ହୋଇଛି। ଯେଉଁଠାରେ ୧୭ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ମେକ୍ସିକୋର ଦକ୍ଷିଣ ପ୍ରଦେଶର ଓକ୍ସାକାରେ ଘଟିଛି। ଓକ୍ସାକା ରାଜ୍ୟପାଳ ଟୁଇଟ କରି ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି।
ବିଦେଶୀ ଗଣମାଧ୍ୟମ ଅନୁଯାୟୀ, ଯାତ୍ରୀ ଭରା ବସ ମେକ୍ସିକୋ ସିଟିରୁ ୟୋସୁଣ୍ଡୁଆ ଅଭିମୁଖେ ଯାଉଥିଲା।

ଏହି ସମୟରେ ବସ ମାଗଡାଲେନା ପେସାସ୍କୋ ସହରରେ ପ୍ରାୟ ଭୋର ସାଢ଼େ ୬ଟା ସମୟରେ ଖାଲରେ ଖସିପଡିଥିଲା। ଖାଲଟି ୧୦ ଫୁଟ ଗଭୀର ଥିଲା। ଏହି ଦୁର୍ଘଟଣା ସମ୍ପର୍କରେ ଓକ୍ସାକା ରାଜ୍ୟପାଳ ଟୁଇଟ କରିଛନ୍ତି। ଟ୍ଲାକ୍ସିଆଓ ସିଭିଲ ପ୍ରୋଟେକ୍ସନ କର୍ମଚାରୀ ଆହତମାନଙ୍କୁ ଡାକ୍ତରଖାନାକୁ ନେଇଥିଲେ। ବାସିନ୍ଦା ଏବଂ ମ୍ୟୁନିସିପାଲିଟି କର୍ମଚାରୀମାନେ ମଧ୍ୟ ଘଟଣାସ୍ଥଳରେ ଠିଆ ହୋଇଥିଲେ। କିନ୍ତୁ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଅଭାବ ହେତୁ ଆହତମାନେ ଚିକିତ୍ସା ପାଇଁ ଯନ୍ତ୍ରଣା ଭୋଗିବାକୁ ଲାଗିଲେ। ଅଧିକାରୀ କହିଛନ୍ତି ମୃତକଙ୍କ ମଧ୍ୟରେ ଏକ ବର୍ଷର ଶିଶୁ, ୧୩ ମହିଳା ଏବଂ ୧୩ ପୁରୁଷ ଅଛନ୍ତି।

ଏହି ଦୁର୍ଘଟଣାରେ ଓକ୍ସାକାର ରାଜ୍ୟପାଳ ସଲୋମାନ ଦୁଃଖ ପ୍ରକାଶ କରିଛନ୍ତି। ଘଟଣାସ୍ଥଳରେ ପହଞ୍ଚିବା ଏବଂ ପୀଡ଼ିତାଙ୍କୁ ସାହାଯ୍ୟ କରିବା ପାଇଁ ରାଜ୍ୟପାଳ ବିଭିନ୍ନ ଏଜେନ୍ସିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ, ସ୍ବାସ୍ଥ୍ୟ, ଜନ ନିରାପତ୍ତା, କଲ୍ୟାଣ ତଥା ଅନ୍ୟାନ୍ୟ ବିଭାଗର ସଚିବମାନଙ୍କୁ ସେ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି ବୋଲି ରାଜ୍ୟପାଳ ଟୁଇଟ କରିଛନ୍ତି। ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କ ସାହାଯ୍ୟ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?