୬୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ଶିଶୁ, ମହିଳା ସମେତ ୧୫ ମୃତ

ବ୍ରାଜିଲ,୪।୨: ବ୍ରାଜିଲରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛ। ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତର-ପୂର୍ବ ବ୍ରାଜିଲର ଆଲାଗୋଆସ ରାଜ୍ୟର ଏକ ଗ୍ରାମାଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ୬୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଏକ ମୋଡ଼ ନେବା ସମୟରେ ରାସ୍ତାରୁ ଖସି ପଡ଼ି ଓଲଟି ପଡିଛି। ଏହି ଦୁର୍ଘଟଣାରେ ଶିଶୁ ଏବଂ ମହିଳା ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ବସ୍‌ ଓଲଟି ପଡ଼ିବା ପରେ କିଛି ଯାତ୍ରୀ ବାହାରକୁ ବାହାରି ଆସିଥିଲେ, ଅନ୍ୟମାନେ ବସ୍‌ ତଳେ ଚାପି ହୋଇ ଯାଇଥିଲେ। ଏକ କ୍ରେନ୍‌ ସାହାଯ୍ୟରେ ବସ୍‌ଟିକୁ ସିଧା କରାଯାଇଥିଲା ଏବଂ ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା, ଯେଉଁଥିରୁ ୧୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri