ଯାତ୍ରୀବାହୀ ବସ୍‌-କାର୍‌ ମୁହାଁମୁହିଁ

କୋକସରା,୨୨ା୪(ଡି.ଏନ୍‌.ଏ.): ଜାତୀୟ ରାଜପଥ ୨୬ କଳାହାଣ୍ଡି ଜିଲା ଆମପାଣି ଘାଟିରେ ଦୁର୍ଘଟଣା ଘଟିଛି। କୋକସରା ବ୍ଲକ ଆମପାଣି ଘାଟିର ବୁଲାଣିରେ ଶନିବାର ଯାତ୍ରୀବାହୀ ଘରୋଇ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବସ୍‌ ଓ କାରରେ ଥିବା ସମସ୍ତ ଯାତ୍ରୀ ଅଳ୍ପକେ ରକ୍ଷା ପାଇଛନ୍ତି। କାରର ଆଗପଟ ଚୂର୍‌ମାର ହୋଇଛି। ତେବେ ଦୁର୍ଘଟଣା ପରେ ବସ୍‌ଟି ଯାତ୍ରୀଙ୍କୁ ନେଇ ଗନ୍ତବ୍ୟ ସ୍ଥଳକୁ ଯାଇଛି। ଖବର ପାଇ ଘଟଣାସ୍ଥଳରେ ଆମପାଣି ପୋଲିସ ପହଞ୍ଚିଥିଲା।

ସୂଚନା ମୁତାବକ, ଶନିବାର ସକାଳେ କଳାହାଣ୍ଡି ଜିଲା ଆମପାଣି ଘାଟିର ବୁଲାଣିରେ ଏକ ଯାତ୍ରୀବାହୀ ଘରୋଇ ବସ୍‌( ଓଆର୍‌ ୧୦ ଇ୭୭୭୪) ଓ କାର୍‌ ଓ ୦୨ ଏପି ୩୭୫୨ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ମୁଖୀଗୁଡ଼ାରୁ ଜୟପୁର ଯାଉଥିବା ଘରୋଇ ବସ୍‌ ଏସ୍‌ବିଏମ୍‌ଏସ୍‌ ଓ ନବରଙ୍ଗପୁର ପଟୁ କଳାହାଣ୍ଡି ଆସୁଥିବା ଏକ କାର୍‌ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣା କାର୍‌ଟି କେସିଙ୍ଗା ଅଞ୍ଚଳର ବୋଲି ଜଣାପଡ଼ିଛି। ଆମପାଣି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri