ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଓ ଏକ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍‌ରେ ଥିବା ଅନେକ ଯାତ୍ରୀ ଆହତ ହୋଇଥିବା ବେଳେ କେତେକ ଗୁରୁତର ହୋଇଛନ୍ତି।

ସୂଚନା ଅନୁଯାୟୀ, କେନ୍ଦୁଝରରୁ ଚମ୍ପୁଆ ଅଭିମୁଖେ ଯାଉଥିବା ସାହୁ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରେଲର ସହ ଭଅଁରପୁର ନିକଟରେ ଜୋରଦାର ଧକ୍କା ହୋଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ ବସ୍‌ର ସମ୍ମୁଖ ଭାଗ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା ଏବଂ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ପରେ ଆମ୍ବୁଲାନ୍ସ ସହାୟତାରେ ସମସ୍ତ ଆହତ ଓ ଗୁରୁତରଙ୍କୁ କେନ୍ଦୁଝରସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଆହତମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ଭଅଁରପୁର ନିକଟସ୍ଥ ଏହି ବୁଲାଣି ରାସ୍ତାରେ ପୂର୍ବରୁ ମଧ୍ୟ ବାରମ୍ବାର ସଡ଼କ ଦୁର୍ଘଟଣା ଘଟୁଛି। ଉକ୍ତ ସ୍ଥାନରେ ପର୍ଯ୍ୟାପ୍ତ ସୁରକ୍ଷା ସଙ୍କେତ, ସତର୍କତା ବୋର୍ଡ ଓ ରାସ୍ତା ଚିହ୍ନ ନଥିବାରୁ ଦୁର୍ଘଟଣାର ଆଶଙ୍କା ବଢ଼ୁଥିବା ସେମାନେ କହିଛନ୍ତି।

ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାତାୟାତ ସ୍ୱାଭାବିକ କରିବା ସହ ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାର ପ୍ରକୃତ କାରଣ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri