Posted inଜାତୀୟ

କେନାଲକୁ ଖସିଲା ଯାତ୍ରୀବାହୀ ବସ୍‌

ସିଦ୍ଧି,୧୬।୨: ମଧ୍ୟପ୍ରଦେଶ ସିଦ୍ଧି ଜିଲାରେ ମଙ୍ଗଳବାର ସକାଳ ୭ଟା ୩୦ରେ ଏକ ଅଭାବନୀୟ ଘଟଣା ଘଟିଛି। ୫୪ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ କେନାଲକୁ ଖସି ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌ ଏବଂ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଇତିମଧ୍ୟରେ ୪୫ ଜଣ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ୨୦ ମହିଳା, ୨୪ ପୁରୁଷ ଓ ଜଣେ ଶିଶୁ ରହିଛନ୍ତି।  ମୃତକଙ୍କ ମଧ୍ୟରେ ୧୨ ପରୀକ୍ଷାର୍ଥୀ ରହିଛନ୍ତି, ଯେଉଁମାନେ ରେଲ୍‌ଓ୍ବେ ଓ ଏନ୍‌ଟିପିସି ପରୀକ୍ଷା ଦେବାକୁ ବସ୍‌ରେ ଯାତ୍ରା କରୁଥିଲେ। ପାଣିରେ ସ୍ରୋତ ପ୍ରଖର ଥିବାରୁ କେତେକ ଭାସିଯାଇଥିବା ମଧ୍ୟ ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରଓ୍ବୋ-ସିଦ୍ଧି ସୀମାରେ ଛୁହିୟାଘାଟି ନିକଟସ୍ଥ ବାଣସାଗର ପରିଯୋଜନାର ଗଭୀର କେନାଲରେ ବସଟି ନିୟନ୍ତ୍ରଣ ହରାଇ ଖସିପଡ଼ିଥିଲା। ୭ ଜଣ ଯାତ୍ରୀ ପହଁରି କୂଳକୁ ଆସିଥିଲେ। ସ୍ଥାନୀୟ ଗାଁ ଲୋକେ କେତେକ ଲୋକଙ୍କୁ ଉଦ୍ଧାର କରିଛନ୍ତି। ବସଟି ସିଦ୍ଧିରୁ ସତାନା ଯାଉଥିଲା। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏନେଇ ଶୋକ ପ୍ରକାଶ କରିବା ସହିତ ବାଣସାଗର ଡ୍ୟାମ୍‌ରୁ କେନାଲରେ ପାଣି ନ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନାଲରେ ଜଳସ୍ତର କମିଲେ ଉଦ୍ଧାର କାର୍ଯ୍ୟ ସହଜ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଘଟଣାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ପ୍ରମୁଖଙ୍କ ସମେତ ମଧ୍ୟପ୍ରଦେଶ କଂଗ୍ରେସ ସଭାପତି କମଲ ନାଥ ଏହାକୁ ଦୁର୍ଭାଗ୍ୟଜନକ କହିବା ସହ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଏବଂ ଗୁରୁତରଙ୍କ ଚିକିତ୍ସା ପାଇଁ ୫୦ ହଜାର ଲେଖାଏ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ରାଜ୍ୟ ସରକାର ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ଘଟଣା ପରେ ମଙ୍ଗଳବାର ବସିବାକୁ ଥିବା କ୍ୟାବିନେଟ ବୈଠକ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେବାକୁ ଥିବା ଗୃହ ପ୍ରବେଶ କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଇଛି।
ଦୁର୍ଘଟଣା ପରେ ମଧ୍ୟପ୍ରଦେଶର ଭାଜପା ସରକାରକୁ ଘେରିଛି କଂଗ୍ରେସ। ଏଭଳି ଦୁଃଖଦ ଘଟଣା ପାଇଁ ରାଜ୍ୟ ସରକାର ଦାୟୀ ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରଦେଶ କଂଗ୍ରେସ ସମ୍ପାଦକ ରାକେଶ ସିଂ ଯାଦବ କହିଛନ୍ତି, ବସ୍‌ର ପରମିଟ୍‌ ଓ ଫିଟ୍‌ନେସ ନ ଥିବାବେଳେ ଏହାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଯାଞ୍ଚ କରାଯାଇ ନ ଥିଲା। ବେଆଇନ ଭାବେ ବସ୍‌ରେ କ୍ଷମତାଠାରୁ ଅଧିକ ଯାତ୍ରୀ ଯାଉଥିଲେ। ଏଥିପାଇଁ ରାଜ୍ୟ ପରିବହନ ମନ୍ତ୍ରୀଙ୍କ ଅବହେଳାକୁ ଦାୟୀ କରିବା ସହ ତାଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ। ଏଥିସହ ତୁରନ୍ତ ଶୋଚନୀୟ ରାଜପଥର ମରାମତି, ସବୁ ଗାଡ଼ିର ଫିଟ୍‌ନେସ୍‌ ଓ ପରମିଟ୍‌ ଯାଞ୍ଚ କଡ଼ାକଡ଼ି କରାଯିବାକୁ ଦାବି ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri