ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆଦିକନ୍ଦ ପଣ୍ଡା।
ସୂଚନାନୁଯାୟୀ, ‘ସିଲକ ସଫାରୀ’ ନାମକ  ଯାତ୍ରୀବାହୀ ମିନି ବସ (OR-୦୨ AX -୯୨୭୪) ଜି.ଉଦୟଗିରିରୁ ଫୁଲବାଣୀ ଅଭିମୁଖେ ଯାଉଥିଲା। ସେହିଭଳି ଲୁହା ଛଡ଼ ବୋଝେଇ ମାକ୍ସ ପିକଅପ ଭ୍ୟାନ (OD-୩୩-AA -୯୭୮୮) ଭୁବନେଶ୍ୱରରୁ ବାଲିଗୁଡ଼ା ଅଭିମୁଖେ ଆସୁଥିଲା। ଦିନ ଗୋଟାଏ ପାଖାପାଖି ଉଭୟ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ  ବସ  ଡ୍ରାଇଭର  ଆଦିକନ୍ଦଙ୍କ ମୃତ୍ୟୁ ଘଟିଛି । ତାଙ୍କୁ ଜି.ଉଦୟଗିରି  ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ହେଲେ ଭଞ୍ଜନଗର ପାଖାପାଖି ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ପରେ ଭଞ୍ଜନଗର ହସ୍ପିଟାଲରେ ତାଙ୍କୁ ଦେଖାଇବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି।
ମୃତ ଡ୍ରାଇଭର ଆଦିକନ୍ଧଙ୍କ ଘର ଜି.ଉଦୟଗିରି ସହରରେ। ଅପରପକ୍ଷେ ବସରେ ବସିଥିବା  ଦଶରୁ ଊର୍ଦ୍ଧ୍ୱ ଯାତ୍ରୀ ମଧ୍ୟ  ଆହତ ହୋଇଛନ୍ତି ।   ପିକଅପ ଭ୍ୟାନ୍‌ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଅଣାଯାଇ ଜି ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଉଛ। ଦୁର୍ଘ ଟଣା ସ୍ଥଳରେ ଜି.ଉଦୟଗିରି ପୋଲିସ ଏସ୍‌ଆଇ ଅନନ୍ତ କୁମାର ପ୍ରଧାନ ଏବଂ ଟିମ୍‌ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ହସ୍ପିଟାଲ ପହଞ୍ଚାଇବା ସହ ଘଟଣାର ତଦନ୍ତ କରୁଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri