ବସ୍‌କୁ ପିଟିଲା ଯାତ୍ରୀବାହୀ ବସ୍‌: ୩୫ ଆହତ, ୫ ଯାତ୍ରୀ ଗୁରୁତର

ବାହାନଗା,୮।୩(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଖନ୍ତାପ ନିକଟରେ ରବିବାର ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍‌ରେ ୮୦ରୁ ଊଦ୍ଦର୍‌ବ ଯାତ୍ରୀ ଯାତ୍ରା କରୁଥିବା ବେଳେ ୩୫ଜଣ ଆହତ ହୋଇଥିବା ବେଳେ ୫ଜଣ ଯାତ୍ରୀ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି।

ମିଳିଥିବା ସୂଚନା ମୁତାବକ, କୁପାରୀରୁ ବାଲେଶ୍ୱର ଯାଉଥିବା ଆଶୀର୍ବାଦ ନାମକ ଯାତ୍ରୀବାହୀ ବସରୁ ଖନ୍ତାପ ବଜ଼ାର ବସ୍‌ ଷ୍ଟାଣ୍ଡରେ ଯାତ୍ରୀ ଓହ୍ଲାଉ ଥିଲେ। ସେତିକିବେଳେ ପୁରୀରୁ ରାଞ୍ଚି ଅଭିମୁଖେ ଯାଉଥିବା ପାନିକୋଚ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ବସ୍‌ ପଛକୁ ଧକ୍କା ଦେଇଥିଲା। ଫଳରେ ୩୫ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଥିଲେ।

ଖବର ପାଇ ଖନ୍ତାପ ପୋଲିସ ଏବଂ ଅଗ୍ନିଶମବାହିନୀ ସ୍ଥାନୀୟ ଲୋକଙ୍କ ସହ ଆହତମାନଙ୍କୁ ଉଦ୍ଧାର କରି ଖନ୍ତାପ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ଅଧିକ ଗୁରୁତରଙ୍କୁ ବାଲେଶ୍ୱର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଦୁର୍ଘଟଣା ଘଟାଇଥିବା ବସ୍‌ ଦ୍ୱୟକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

ଦିଲ୍ଲୀ-ମଞ୍ଚେଷ୍ଟର ଇଣ୍ଡିଗୋ ବିମାନ ଅଧାବାଟରୁ ଫେରିଲା

ନୂଆଦିଲ୍ଲୀ,୯ା୩: ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଥିଲା ବେଳେ ଦିଲ୍ଲୀରୁ ମଞ୍ଚେଷ୍ଟର ଅଭିମୁଖେ ଯାଉଥିବା ଇଣ୍ଡିଗୋ ଏୟାରଲାଇ୍ସର ଏକ ବିମାନ ଅଧାବାଟରୁ ଫେରିଆସିଛି। ଉତ୍ତେଜନାକୁ ନେଇ…

ମହିଳାଙ୍କୁ ଉଦ୍ଧାର କଲେ ପାଟପୁର ପୋଲିସ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁ ରୁ ଜଣେ ମାନସିକ ବିକୃତ ମହିଳାଙ୍କୁ ସୋମବାର ସନ୍ଧ୍ୟାରେ ପାଟପୁର ଥାନା ପୋଲିସ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri