ଦୋକାନକୁ ଧକ୍କାଦେଲା ଯାତ୍ରୀବାହୀ ବସ୍‌

ପାଟଣା,୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ବୁଧବାର ଅପରାହ୍ନରେ ଭାରସାମ୍ୟ ହରାଇ ଯଶୋଦା ନାମକ ଏକ ଘରୋଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ମୁରୁସୁଆଁ ଗ୍ରାମରୁ ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଆନନ୍ଦପୁର ଶାଳପଡ଼ା ଗ୍ରାମକୁ ଏକ ବିବାହ ଭୋଜିକୁ ନେଇ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଜଣେ ବାଇକ୍‌ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ରାସ୍ତାକଡ଼ରେ ଥିବା ଦୋକାନ ଘରକୁ ବସ୍‌ଟି ଧକ୍କା ଦେଇ ଡ୍ରେନ୍‌ ଉପରେ ଫସି ରହିଥିଲା। ଦୁର୍ଘଟଣାରେ ବସ୍‌ ଥିବା ୬୦ରୁ ଊଦ୍ଧର୍‌ବ ଯାତ୍ରୀଙ୍କ ସହ ଦୋକାନ ଘରେ ଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦୁର୍ଘଟଣା ପରେ ବସ୍‌ରେ ଯାଉଥିବା ଲୋକେ ଅନ୍ୟ ଏକ ଗାଡ଼ିରେ ନିଜ ନିଜର ଗନ୍ତବ୍ୟସ୍ଥଳକୁ ଫେରିଥିବା ବେଳେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri