ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ଏକ ଗଛରେ ପିଟି ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
OD02DC-2735 ନମ୍ବର ବିଶିଷ୍ଟ ‘ଶ୍ରୀ ନୀଳକଣ୍ଠେଶ୍ୱର’ ଏକ ଘରୋଇ ବସ୍‌ ଭୁବନେଶ୍ୱରରୁ ନୟାଗଡ଼ ଆସୁଥିଲା। ଜହ୍ନିପଦା ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଅର୍ଜୁନ ଗଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ବସ୍‌ର ସମ୍ମୁଖ ଭାଗ ଭାଗ ଭାଙ୍ଗି ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଏପରିକି ଦୁର୍ଘଟଣା ପରେ କିଛି ଯାତ୍ରୀ ବସ୍‌ ଭିତରେ ଫସି ରହିଥିଲେ।

ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ଇଟାମାଟି ଓ ନୟାଗଡ଼ ଟାଉନ ଥାନା ପୋଲିସ ଏବଂ ଦମକଳ ବାହିନୀ ପହଞ୍ଚି ଫସିଥିବା ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଚାଳକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଆହତଙ୍କ ମଧ୍ୟରୁ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଏଥିରୁ ୪ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ଘଟଣାସ୍ଥଳରେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ଜିଲାପାଳ ମଧୁମିତା ରଥ ପହଞ୍ଚି ଉଦ୍ଧାର ଓ ଚିକିତ୍ସା ବ୍ୟବସ୍ଥା ତଦାରଖ କରିଥିଲେ।

ବିଧାୟକ ମୃତ ଚାଳକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଏବଂ ସମସ୍ତ ଚିକିତ୍ସା ସୁବିଧାଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାର ପ୍ରକୃତ କାରଣ ନେଇ ଇଟାମାଟିଥାନା ପୋଲିସ ତଦନ୍ତ କରୁଛି। ବସ୍‌କୁ ରାସ୍ତାରୁ ହଟାଇବା ପରେ ଯାତାୟାତ ସ୍ବଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri