ଟ୍ରାକ୍ଟର-ବସ ଧକ୍କା ଭାରସାମ୍ୟ ହରାଇ ନୁଣିଆଯୋଡି ନଦୀକୁ ଖସିଲା ଯାତ୍ରୀବାହି ବସ

ବାଲେଶ୍ୱର,୬।୫(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ କସିମିଳା ଛକ ନିକଟରେ ମଙ୍ଗଳବାର ଏକ ଯାତ୍ରୀ ବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ ଭାରସାମ୍ୟ ହରାଇ ବସଟି ସ୍ଥାନୀୟ ନୁଣିଆଯୋଡି ନଦୀକୁ ଖସି ପଡିଛି l ଘଟଣା ସମ୍ପର୍କରେ ସୂଚନା ପାଇ ସଙ୍ଗେ ସଙ୍ଗେ ଓଡ୍ରାଫ ଟିମ, ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ ଭିତରୁ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ l ଜିଲା ପ୍ରଶାସନ ଓ ପୋଲିସ ପହଞ୍ଚି ବସରେ ଥିବା ୩୫ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଜିଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି l
ସୂଚନାଯୋଗ୍ୟ, OD01AT4334 ନମ୍ବର ବିଶିଷ୍ଟ ଶନିଦେବ ନାମକ ଏହି ବସଟି ଭୋଗରାଇରୁ ବାଲେଶ୍ୱର ଅଭିମୁଖେ ଆସୁଥିଲା l କସିମିଳା ଛକ ନିକଟରେ ଏକ ଟ୍ରାକ୍ଟର ସହ ବସଟି ଧକ୍କା ହୋଇଥିଲା l ଏହାପରେ ଭାରସାମ୍ୟ ହରାଇ ବସଟି ରାସ୍ତାର ପ୍ରାୟ ୨ଶହ ମିଟର ଆଗକୁ ଡାହାଣ ପାର୍ଶ୍ୱ ନୁଣିଆଯୋଡି ନଦୀକୁ ଖସି ପଡିଥିଲା l ବସ ଡ୍ରାଇଭରର ଗୋଡ ଭାଙ୍ଗିଯାଇଥିବା ଜଣା ପଡିଛି l ଅପରପକ୍ଷରେ ୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି l ବିଧାୟକ ମାନସ ଦତ୍ତ, ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ l କ୍ରେନ ଯୋଗେ ନଦୀରୁ ବସଟିକୁ ରାସ୍ତା ଉପରକୁ ବାହାର କରାଯାଇଥିଲା l ଆଇଆଇସି ଅଜୟ କୁମାର ମୁର୍ମୁ ଘଟଣାର ତଦନ୍ତ ଜାରି ରଖିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?