ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ ଏହାକୁ ଅବମାନନା କରି ଯାତ୍ରୀବାହୀ ବସକୁ ବସଷ୍ଟାଣ୍ଡ ଭିତରକୁ ନ ନେଇ ପୁରୁଣା ବସଷ୍ଟାଣ୍ଡ ମୁଖ୍ୟରାସ୍ତା କଡ ଏବଂ ପୁଞ୍ଜିକଂୟା ଛକ ରାସ୍ତା ଉପରେ ଦୀର୍ଘ ସମୟ ଧରି ରଖି ଆସୁଛନ୍ତି। ଏହାଦ୍ୱାରା ଟ୍ରାଫିକ ସମସ୍ୟର ସୃଷ୍ଟି ହେଉଛି। ବିଭିନ୍ନ ଗ୍ରାମାଞ୍ଚଳରୁ ଆସୁଥିବା ଯାତ୍ରୀମାନେ ନିଜ ନିଜର ଗନ୍ତବ୍ୟସ୍ଥଳକୁ ଯିବାପାଇଁ ନୂଆ ବସଷ୍ଟାଣ୍ଡରେ ବସକୁ ଅପେକ୍ଷା କରି ହନ୍ତସନ୍ତ ହେଉଛନ୍ତି। ଏନେଇ ପୂର୍ବରୁ ସ୍ଥାନୀୟ ପ୍ରଶାସନ ନୂଆ ବସଷ୍ଟାଣ୍ଡରେ କେବଳ ବସ ରହଣି ପାଇଁ ବସ ମାଲିକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବସ ମାଲିକମାନେ କର୍ଣ୍ଣପାତ କରୁନାହାନ୍ତି। ଏପରିକି ଦୂର ଦୂରାନ୍ତକୁ ଯା’ଆସ କରୁଥିବା ବସ୍‌ ଗୁଡ଼ିକ ବସଷ୍ଟାଣ୍ଡ ମୁଖ୍ୟ ଫାଟକରେ ରହି ଯାତ୍ରୀଙ୍କୁ ସେଠାରେ ଓହ୍ଲାଇ ଦେଉଛନ୍ତି। ଯାତ୍ରୀମାନେ ବାଧ୍ୟ ହୋଇ ସେଠାରୁ ବସରେ ବିପଦପୂର୍ଣ୍ଣ ଭାବେ ଚଢୁଛନ୍ତି। ଯଦ୍ୱାରା ସର୍ବଦା ଟ୍ରାଫିକ ସମସ୍ୟା ଉପୁଜୁଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର  ଦିଗପହଣ୍ଡି ଏନଏସି  କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ନେତୃତ୍ୱରେ ଏନଫୋର୍ସମେଣ୍ଟ କର୍ମଚାରୀ ବୃନ୍ଦ ପୁରୁଣା ବସଷ୍ଟାଣ୍ଡ ଏବଂ ପୋଲିସ ଥାନା ନିକଟ ତନଖି ଫାଟକ ସମ୍ମୁଖରେ ରହି ବ୍ରହ୍ମପୁର ଭାୟା ଦିଗପହଣ୍ଡି ଦେଇ ରାୟଗଡ଼ା, କୋରାପୁଟ, ଗଜପତି, ମାଲିକାନାଗିରି, କନ୍ଧମାଳ ଆଦି ଜିଲାର ବିଭିନ୍ନ ଅଞ୍ଚଳକୁ ଯା’ଆସ କରୁଥିବା ସମସ୍ତ ଯାତ୍ରୀବାହୀ ବସକୁ ଅଟକାଇ ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସଙ୍କ ନାମରେ ନାମିତ ନୂତନ ବସଷ୍ଟାଣ୍ଡ ଭିତରକୁ ପ୍ରବେଶ କରିବା ପାଇଁଁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ବସ ମାଲିକ ଏବଂ ଚାଳକ ମାନେ ଏହାକୁ ଅବମାନନା କରନ୍ତି, ତେବେ ସେମାନଙ୍କ ଠାରୁ ଜରିମାନା ଆଦାୟ କରାଯିବ ବୋଲିି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନୋଟିସ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ଆଉ ଶୁଭିବନି ଲକ୍ଷ୍ମଣ ମାଷ୍ଟ୍ରେଙ୍କ ତବଲା ଶବ୍ଦ, ଝୁରୁଛନ୍ତି ଅଞ୍ଚଳବାସୀ

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ଦେହାନ୍ତ ହୋଇଛି । ସମଗ୍ର ଭାରତ ବର୍ଷରେ ପବିତ୍ର…

ବେଧଡକ ବାଲି ଉଠାଣ: ଆଗକୁ ଘନୀଭୂତ ହେବ ଜଳ ସଙ୍କଟ

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତରେ ପାଇପ ଜଳ ଯୋଗାଣରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ପଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri