ରାଜପଥରେ ଓଲଟିଲା ଯାତ୍ରୀବାହୀ ବସ୍‌

ଖୋର୍ଦ୍ଧା,୧୫ା୬(ପ୍ରଭାତ ପାଣିଗ୍ରାହୀ): ୧୬ନଂ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଡ୍ରାଇଭର ଭାରସାମ୍ୟ ହରାଇ ବସ୍‌ଟିକୁ ଡିଭାଇଡରରେ ପିଟି ଦେବାରୁ ଏହା ଓଲଟି ପଡ଼ିଥିଲା। ଫଳରେ ୭ ଜଣ ଗୁରୁତର ହୋଇଛନ୍ତି। ୧୫ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି।

ଶିଳ୍ପାଞ୍ଚଳ ଥାନା ୧୬ନଂ ଜାତୀୟ ରାଜପଥ ପିତାପଲ୍ଲୀ ଛକ ଜୋରଶଙ୍ଖ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ଅପରାହ୍ନ ୨ଟାରେ ଏହି ଦୁର୍ଘଟଣା ଘଟିଛି। ଶିଳ୍ପାଞ୍ଚଳ ପୋଲିସ, ଖୋର୍ଦ୍ଧା ଅଗ୍ନିଶମ କର୍ମଚାରୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ମେଡିକାଲରେ ଭର୍ତ୍ତି କରିଛନ୍ତି।

ଭୁବନେଶ୍ବରରୁ ଅପରାହ୍ନ ପ୍ରାୟ ଗୋଟାଏ ବେଳେ ନୀଳକଣ୍ଠ ନାମକ ବସ୍‌ ଗଞ୍ଜାମ ଜିଲା ପୋଲସରା ଅଭିମୁଖେ ବାହାରିଥିଲା। ବସ୍‌ରେ ୪୦ ଯାତ୍ରୀ ଥିଲେ। ବସ୍‌ ସମ୍ମୁଖ ଭାଗ ଡାହାଣ ପାଶର୍‌ବ ଭାଙ୍ଗି ରୁଜି ଚୂରମାର ହୋଇଯାଇଛି। ପୋଲିସ, ଅଗ୍ନିଶମ କର୍ମଚାରୀ, ସ୍ଥାନୀୟ ଲୋକେ ଲୋକଙ୍କୁ ବାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri