ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଅନ୍ୟ ଏକ ଗାଡିକୁ ପଛପଟୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍‌। ଏହି ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୬୦ରୁ ଉଦ୍ଧର୍‌ବ ଯାତ୍ରୀ। ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି।
ସୂଚନା ଅନୁଯାୟୀ, କାଳିଆ ନନା ନାମକ ଏକ ଘରୋଇ ବସ ଗତକାଲି ରାତିରେ ଭୁବନେଶ୍ବରରୁ ୫୦ରୁ ଉଦ୍ଧର୍‌ବ ଯାତ୍ରୀଙ୍କୁ ନେଇ ପଶ୍ଚିମବଙ୍ଗର ଦିଘା ଅଭିମୁଖେ ଯାଉଥିଲା, ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡପୁର ଛକ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଆଗରେ ଯାଉଥିବା ଅନ୍ୟ ଏକ ଅଜଣା ଟ୍ରକକୁ ପଛପଟୁ ଜୋରରେ ଧକ୍କା ଦେଇଥିଲା। ଫଳରେ ବସର ଆଗ ପଟ ଭାଙ୍ଗି ଚୂରମାର ହୋଇଯାଇଛି। ବସର ଆଗରେ ବସିଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ଅନ୍ୟ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ଜାତୀୟ ରାଜପଥ ପୋଲିସ ପାଟ୍ରୋଲିଂ ଯାନ ଏବଂ ବସ୍ତା ଥାନା ପୋଲିସ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ହସପିଟାଲରେ ଭର୍ତ୍ତି କରାଇବା ସହ ଅନ୍ୟ ଯାତ୍ରୀମାନଙ୍କୁ ଗନ୍ତବ୍ୟସ୍ଥଳକୁ ପଠାଇବାର ବ୍ୟବସ୍ଥା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri