ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଅନ୍ୟ ଏକ ଗାଡିକୁ ପଛପଟୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍‌। ଏହି ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୬୦ରୁ ଉଦ୍ଧର୍‌ବ ଯାତ୍ରୀ। ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି।
ସୂଚନା ଅନୁଯାୟୀ, କାଳିଆ ନନା ନାମକ ଏକ ଘରୋଇ ବସ ଗତକାଲି ରାତିରେ ଭୁବନେଶ୍ବରରୁ ୫୦ରୁ ଉଦ୍ଧର୍‌ବ ଯାତ୍ରୀଙ୍କୁ ନେଇ ପଶ୍ଚିମବଙ୍ଗର ଦିଘା ଅଭିମୁଖେ ଯାଉଥିଲା, ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡପୁର ଛକ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଆଗରେ ଯାଉଥିବା ଅନ୍ୟ ଏକ ଅଜଣା ଟ୍ରକକୁ ପଛପଟୁ ଜୋରରେ ଧକ୍କା ଦେଇଥିଲା। ଫଳରେ ବସର ଆଗ ପଟ ଭାଙ୍ଗି ଚୂରମାର ହୋଇଯାଇଛି। ବସର ଆଗରେ ବସିଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ଅନ୍ୟ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ଜାତୀୟ ରାଜପଥ ପୋଲିସ ପାଟ୍ରୋଲିଂ ଯାନ ଏବଂ ବସ୍ତା ଥାନା ପୋଲିସ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ହସପିଟାଲରେ ଭର୍ତ୍ତି କରାଇବା ସହ ଅନ୍ୟ ଯାତ୍ରୀମାନଙ୍କୁ ଗନ୍ତବ୍ୟସ୍ଥଳକୁ ପଠାଇବାର ବ୍ୟବସ୍ଥା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri