Posted inଜାତୀୟ

ଟ୍ରେନ୍‌ରେ ଗଞ୍ଜେଇ ଟାଣୁଥିବା ମହିଳା ଯାତ୍ରୀଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ, ୨୭।୨: ବିମାନ ଯାତ୍ରା ହେଉ ଅବା ରେଳ ଯାତ୍ରା, ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭାଗୀୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଅନେକ ନିୟମ ଲାଗୁ କରାଯାଇଛି। ଯେଉଁ ଯାତ୍ରୀ ଉକ୍ତ ନିୟମକୁ ଉଲ୍ଲଂଘନ କରନ୍ତି, ସେମାନଙ୍କଠାରୁ ଜରିମାନା ଆଦାୟର ଆଇନ ବ୍ୟବସ୍ଥା ମଧ୍ୟ ରହିଛି। ହେଲେ କଡ଼ା ନିୟମ ଲାଗୁ ସତ୍ତ୍ୱେ ଅନେକ ସମୟରେ ଯାତ୍ରା ସମୟରେ ଯାତ୍ରୀ ଧୂମପାନ କାର୍ଯ୍ୟରେ ଲିପ୍ତ ରହୁଥିବା ଘଟଣା ଅନେକଥର ସାମ୍ନାକୁ ଆସିଛି। ଇତିମଧ୍ୟରେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଜଣେ ମହିଳା ଯାତ୍ରୀ ବିନା ଡରରେ ଟ୍ରେନ୍‌ ଭିତରେ ଛିଡ଼ାହୋଇ ଗଞ୍ଜେଇ ଟାଣୁଥିବାର ଦେଖିବାକୁ ମିଳିଛି। ଉକ୍ତ ଯୁବତୀଙ୍କ ପାଖରେ ଅନ୍ୟ ଯାତ୍ରୀମାନେ ମଧ୍ୟ ଛିଡ଼ା ହୋଇଛନ୍ତି। ଏହି ଭିଡିଓକୁ ଟାଟାନଗରରୁ କଟିହାର ଏକ୍ସପ୍ରେସ୍‌ରେ ଯାତ୍ରା କରୁଥିବା ଅନ୍ୟଜଣେ ଯାତ୍ରୀ ଟୁଇଟରରେ ପୋଷ୍ଟ କରିଛନ୍ତି। ଯୁବତୀଜଣକ ଆସାନସୋଲରୁ ଟ୍ରେନ୍‌ରେ ଚଢ଼ିଥିଲେ। ରାତିତମାମ ସେ ଗଞ୍ଜେଇ ଓ ସିଗାରେଟ ଟାଣିଥିବା କଥା ଭିଡିଓଟିକୁ ସୋସିଆଲ ମିଡିଆରେ ଶେୟାର କରିଥିବା ଜଣେ ଯାତ୍ରୀ କହିଛନ୍ତି। ଭିଡିଓ ଉପରେ ରେଳ ସେବା କର୍ତ୍ତୃପକ୍ଷଙ୍କ ନଜର ପଡ଼ିବା ପରେ ଏନେଇ ଅଧିକ ତଥ୍ୟ ଦେବା ପାଇଁ ସେ ଅନୁରୋଧ କରିଛନ୍ତି। ଟ୍ରେନ୍‌ ନମ୍ବର ଓ ଭିଡିଓ ଶେୟାର କରିଥିବା ପାସେଞ୍ଜରଙ୍କ ମୋବାଇଲ୍‌ ନମ୍ବର ମାଗିବା ସହ ୧୩୯କୁ ଫୋନ୍‌ କରି ତଥ୍ୟ ଦେବାକୁ ରେଳ ସେବା ପକ୍ଷରୁ କୁହାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri