Posted inଜାତୀୟ

ଦିଲ୍ଲୀ-ଦୋହା ବିମାନରେ ଯାତ୍ରୀଙ୍କ ମୃତ୍ୟୁ, କରାଚିରେ ଜରୁରୀକାଳୀନ ଅବତରଣ…

ନୂଆଦିଲ୍ଲୀ,୧୩।୩ : ଡାକ୍ତରୀ ପରିସ୍ଥିତି କାରଣରୁ ନୂଆଦିଲ୍ଲୀରୁ ଦୋହା ଅଭିମୁଖେ ଏକ ଇଣ୍ଡିଗୋ ବିମାନକୁ ପାକିସ୍ତାନର କରାଚିରେ ଜରୁରୀକାଳୀନ ଅବତରଣ କରାଯାଇଛି। ଏକ ବିମାନ ଅଧିକାରୀ ନ୍ୟୁଜ ଏଜେନ୍ସିକୁ ଏ ବିଷୟରେ ସୂଚନା ଦେଇଛନ୍ତି। ଜାଣିବାକୁ ମିଳିଛି ଯେ ବିମାନରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି।

ନ୍ୟୁଜ ଏଜେନ୍ସି ଅନୁଯାୟୀ, ଇଣ୍ଡିଗୋ ବିମାନ ୬-ଇ-୧୭୩୬ ଦିଲ୍ଲୀରୁ ଦୋହାକୁ ଉଡ଼ାଣ କରିଥିଲା। ତେବେ ମଝି ଆକାଶରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିବାରୁ ଡାକ୍ତରୀ ଜରୁରୀକାଳୀନ ପରିସ୍ଥିତି କାରଣରୁ କରାଚି ଅଭିମୁଖେ ଏହା ଯାତ୍ରା କରିଥିଲା। ବିମାନ ସେବା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ ଦୁର୍ଭାଗ୍ୟବଶତଃ ବିମାନବନ୍ଦର ବିମାନବନ୍ଦର ମେଡିକାଲ ଟିମ ପହଞ୍ଚିବା ପରେ ଯାତ୍ରୀଙ୍କୁ ମୃତ ଘୋଷଣା କରାଯାଇଥିଲା।

ଡାକ୍ତରୀ ଜରୁରୀକାଳୀନ ପରିସ୍ଥିତି ଯୋଗୁଁ ବିମାନକୁ ଡାଇଭର୍ଟ କରାଯାଇଥିଲା। ବିମାନର ଅନ୍ୟ ଯାତ୍ରୀଙ୍କୁ ସ୍ଥାନାନ୍ତର ପାଇଁ ବ୍ୟବସ୍ଥା କରିବାକୁ କାର୍ଯ୍ୟ ଜାରି ବୋଲି ଏୟାରଲାଇନ୍ସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri