ବିମାନ ଦୁର୍ଘଟଣାରେ ଓଲଟା ଲଟକି ରହିଥିବା ଯାତ୍ରୀ କରିଥିଲେ ଭିଡିଓ, ଦେଖିଲେ ଲୋମ ଟାଙ୍କୁରି ଉଠିବ

ଟୋରଣ୍ଟୋ,୧୮।୨: ସୋମବାର କାନାଡାର ଟୋରଣ୍ଟୋ ପିଅର୍ସନ ବିମାନବନ୍ଦରରେ ତୁଷାରପାତ ପରେ ପ୍ରବଳ ପବନ ମଧ୍ୟରେ ଡେଲ୍ଟା ଏୟାର ଲାଇନ୍ସର ଏକ ଆଞ୍ଚଳିକ ବିମାନ ଅବତରଣ କରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ଅତି କମରେ ୧୮ ଜଣ ଆହତ ହୋଇଛନ୍ତି। ମିନିଆପୋଲିସ-ସେଣ୍ଟ ପଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ବିମାନରେ ୮୦ ଜଣ ଲୋକ ଥିଲେ।
ଅଧିକାରୀମାନେ କହିଛନ୍ତି ଯେ ବିମାନରେ ଥିବା ଜଣେ ଶିଶୁ ସମେତ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଏପର୍ଯ୍ୟନ୍ତ କୌଣସି ମୃତାହତର ଖବର ନାହିଁ। କାନାଡିୟ କର୍ତ୍ତୃପକ୍ଷ କହିଛନ୍ତି ଯେ ସେମାନେ ଦୁର୍ଘଟଣାର କାରଣ ତଦନ୍ତ କରିବେ, ଯାହା ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ଏବେ, ଏହି ଘଟଣାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି।
ପିଟ କୋକୋଭ ନାମକ ଜଣେ ଯାତ୍ରୀ ଇନଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି ଯେଉଁଥିରେ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ କର୍ତ୍ତୃପକ୍ଷ ତାଙ୍କୁ ବିମାନ ଭିତରୁ ଉଦ୍ଧାର କରିଛନ୍ତି। ଫୁଟେଜରେ, ଓଲଟି ପଡ଼ିଥିବା ବିମାନରୁ ଯାତ୍ରୀମାନଙ୍କୁ ବାହାର କରାଯାଉଛି ଏବଂ ଏକ ଅଗ୍ନିଶମ ଗାଡ଼ି ବାହାରୁ ପାଣି ଛିଞ୍ଚୁଛି।

https://www.instagram.com/p/DGMEswSp9Vk/?utm_source=ig_embed&utm_campaign=embed_video_watch_again

ଦୁର୍ଘଟଣାରୁ ବଞ୍ଚିଯାଇଥିବା ଜଣେ ମହିଳା ସୋସିଆଲ ମିଡିଆରେ ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି। ବିମାନଟି ଓଲଟି ପଡ଼ିବା ପରେ ଏହି ମହିଳା ଜଣକ ତାଙ୍କ ସିଟ ଉପରେ ଓଲଟା ଝୁଲି ରହିଥିବା ଦେଖାଯାଉଛି। ଏହି ଭିଡିଓ ଶେୟାର କରିବା ସମୟରେ ସେ ଲେଖିଛନ୍ତି, ‘ମୋର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି ଏବଂ ମୁଁ ଓଲଟା ପଡ଼ି ରହିଛି।’
ଏହି ଭିଡିଓରେ ଦେଖାଯାଉଛି ଯେ କିପରି ଭୟଭୀତ ଯାତ୍ରୀମାନେ ବିମାନରୁ ବାହାରି ସୁରକ୍ଷିତ ସ୍ଥାନକୁ ପହଞ୍ଚିବାକୁ ଚେଷ୍ଟା କରୁଛନ୍ତି। ଏହି ସମୟରେ, ଜଣେ ଯାତ୍ରୀ କହୁଛନ୍ତି, ‘ହେ ଭଗବାନ, ମୁଁ ଏବେ ବି ବିମାନ ଦୁର୍ଘଟଣାରେ ଫସି ରହିଛି।’


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?