ଚିଲିକା ମଝିରେ ଅଟକିଲା ଯାତ୍ରୀବାହୀ ଲଞ୍ଚ୍‌

କୃଷ୍ଣପ୍ରସାଦ,୯।୮(କୈଳାଶ ଚନ୍ଦ୍ର ପଟନାୟକ): ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦକୁ ଯାତ୍ରୀ ନେଇ ଆସୁଥିବା ଲଞ୍ଚ ଚିଲିକା ମଝିରେ ଦୀର୍ଘ ସମୟ ଅଟକିଥିବା ଜଣାପଡ଼ିଛି। ଖବର ନେବାରେ ଜଣାପଡ଼ିଛି ଯେ, ଲଞ୍ଚରେ ଆସୁଥିବା ବରିଷ୍ଠ ସମାଜ ସେବୀ ନାଲୁ ପାହାଣ କୁହନ୍ତି, ଆବଶ୍ୟକତାଠାରୁ ଲଞ୍ଚରେ ବହୁ ଯାତ୍ରୀ ଆସିଥିଲେ। ଲଞ୍ଚର ଉପର ଭିତର ଲୋକାରଣ୍ୟ ହୋଇଥିଲା। ବାଲୁଗାଁ କାର୍ଯ୍ୟାଳୟ ନିକଟରେ ୭ଟି ଲଞ୍ଚ ଥିଲେ ମଧ୍ୟ ୨ଟି ଲଞ୍ଚରେ ଯାତ୍ରୀଙ୍କୁ ସେବା ନ ଦେଇ ବିପଦସଂକୁଳ ଭାବେ ଗୋଟିଏ ଲଞ୍ଚରେ ଯାତ୍ରୀଙ୍କୁ ଛାଡିଥିଲେ। ଯାହାଦ୍ୱାରା ଚିଲିକା ମଝିରେ ଲାଞ୍ଚଟି ଅଟକି ଥିଲା। କର୍ମଚାରୀମାନେ କାର୍ଯ୍ୟାଳୟ ସହ ଯୋଗାଯୋଗ କରିବା ପରେ ଆଉ ଏକ ଲଞ୍ଚ ଆସି ସେମାନଙ୍କୁ ଉଦ୍ଧାର କରି କୃଷ୍ଣପ୍ରସାଦ ଜେଟିକୁ ଆଣିଥିଲେ। ବାଲୁଗାଁ ଯିବାକୁ ଥିବା ଯାତ୍ରୀଙ୍କୁ ମଧ୍ୟ ସମାନ ଭାବେ ଯାତାୟତ କରିବାକୁ ପଡିଥିଲା।
ଏହାପୂର୍ବରୁ ଗତ ମାସ ୧୩ ତାରିଖରେ ଏହିଭଳି କୃଷ୍ଣପ୍ରସାଦରୁ ବାଲୁଗାଁ ଯାତ୍ରୀ ନେଇ ଯାଉଥିବା ବେଳେ ମଝି ଚିଲିକାରେ ଅଧ ଘଣ୍ଟାଏ ଅଟକିଥିଲା। ଜନସାଧାରଣ ତରଫରୁ ବିଭାଗୀୟ ଅଧିକାରୀଙ୍କୁ ଏନେଇ ଯେତେ ଅବଗତ କରାଇଲେ ମଧ୍ୟ କୌଣସି ପଦକ୍ଷେପ ନେଉ ନାହାନ୍ତି। ବଡ଼ ଲଞ୍ଚ ଥିବାବେଳେ କୃଷ୍ଣପ୍ରସାଦକୁ ଛୋଟ ଲଞ୍ଚ ପଠାଉଥିବାରୁ ବାରମ୍ବାର ଏଭଳି ଘଟଣା ଘଟିବାରେ ଲାଗିଛି। ବିଭାଗୀୟ କର୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ନ ଦେଲେ ଜଣ ଆନ୍ଦୋଳନ ମୁଣ୍ଡ ଟେକିବା ନିଶ୍ଚିତ ହୋଇ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri