ଚିଲିକା ମଝିରେ ଅଟକିଲା ଯାତ୍ରୀବାହୀ ଲଞ୍ଚ୍‌

କୃଷ୍ଣପ୍ରସାଦ,୯।୮(କୈଳାଶ ଚନ୍ଦ୍ର ପଟନାୟକ): ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦକୁ ଯାତ୍ରୀ ନେଇ ଆସୁଥିବା ଲଞ୍ଚ ଚିଲିକା ମଝିରେ ଦୀର୍ଘ ସମୟ ଅଟକିଥିବା ଜଣାପଡ଼ିଛି। ଖବର ନେବାରେ ଜଣାପଡ଼ିଛି ଯେ, ଲଞ୍ଚରେ ଆସୁଥିବା ବରିଷ୍ଠ ସମାଜ ସେବୀ ନାଲୁ ପାହାଣ କୁହନ୍ତି, ଆବଶ୍ୟକତାଠାରୁ ଲଞ୍ଚରେ ବହୁ ଯାତ୍ରୀ ଆସିଥିଲେ। ଲଞ୍ଚର ଉପର ଭିତର ଲୋକାରଣ୍ୟ ହୋଇଥିଲା। ବାଲୁଗାଁ କାର୍ଯ୍ୟାଳୟ ନିକଟରେ ୭ଟି ଲଞ୍ଚ ଥିଲେ ମଧ୍ୟ ୨ଟି ଲଞ୍ଚରେ ଯାତ୍ରୀଙ୍କୁ ସେବା ନ ଦେଇ ବିପଦସଂକୁଳ ଭାବେ ଗୋଟିଏ ଲଞ୍ଚରେ ଯାତ୍ରୀଙ୍କୁ ଛାଡିଥିଲେ। ଯାହାଦ୍ୱାରା ଚିଲିକା ମଝିରେ ଲାଞ୍ଚଟି ଅଟକି ଥିଲା। କର୍ମଚାରୀମାନେ କାର୍ଯ୍ୟାଳୟ ସହ ଯୋଗାଯୋଗ କରିବା ପରେ ଆଉ ଏକ ଲଞ୍ଚ ଆସି ସେମାନଙ୍କୁ ଉଦ୍ଧାର କରି କୃଷ୍ଣପ୍ରସାଦ ଜେଟିକୁ ଆଣିଥିଲେ। ବାଲୁଗାଁ ଯିବାକୁ ଥିବା ଯାତ୍ରୀଙ୍କୁ ମଧ୍ୟ ସମାନ ଭାବେ ଯାତାୟତ କରିବାକୁ ପଡିଥିଲା।
ଏହାପୂର୍ବରୁ ଗତ ମାସ ୧୩ ତାରିଖରେ ଏହିଭଳି କୃଷ୍ଣପ୍ରସାଦରୁ ବାଲୁଗାଁ ଯାତ୍ରୀ ନେଇ ଯାଉଥିବା ବେଳେ ମଝି ଚିଲିକାରେ ଅଧ ଘଣ୍ଟାଏ ଅଟକିଥିଲା। ଜନସାଧାରଣ ତରଫରୁ ବିଭାଗୀୟ ଅଧିକାରୀଙ୍କୁ ଏନେଇ ଯେତେ ଅବଗତ କରାଇଲେ ମଧ୍ୟ କୌଣସି ପଦକ୍ଷେପ ନେଉ ନାହାନ୍ତି। ବଡ଼ ଲଞ୍ଚ ଥିବାବେଳେ କୃଷ୍ଣପ୍ରସାଦକୁ ଛୋଟ ଲଞ୍ଚ ପଠାଉଥିବାରୁ ବାରମ୍ବାର ଏଭଳି ଘଟଣା ଘଟିବାରେ ଲାଗିଛି। ବିଭାଗୀୟ କର୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ନ ଦେଲେ ଜଣ ଆନ୍ଦୋଳନ ମୁଣ୍ଡ ଟେକିବା ନିଶ୍ଚିତ ହୋଇ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri