Posted inଜାତୀୟ

ଚଳନ୍ତା ଟ୍ରେନ୍‌ର ଝରକା ଭାଙ୍ଗି ଯାତ୍ରୀଙ୍କ ଗଳାରେ ପଶିଲା ରଡ୍‌

ଅଲିଗଡ଼,୨।୧୨: ମୃତ୍ୟୁ କେବେ ଏବଂ କିପରି ଆସେ ତାହା କେହି କେବେ ଭାବି ନ ଥା’ନ୍ତି। ଏପରି ଏକ ଘଟଣା ଘଟିଛି ଚଳନ୍ତା ଟ୍ରେନରେ। ଦିଲ୍ଲୀର ଆନନ୍ଦ ବିହାରରୁ ଓଡ଼ିଶାର ପୁରୀ ମଧ୍ୟରେ ଚାଲୁଥିବା ନିଳାଞ୍ଚଳ ଏକ୍ସପ୍ରେସ ଟ୍ରେନ୍‌ରେ ଘଟିଛି ଏହି ଅଘଟଣ। ଶୁକ୍ରବାର ସକାଳ ପ୍ରାୟ ୯ଟା ୪୫ମିନିଟ୍‌ରେ ଟ୍ରେନ୍‌ଟି ଗନ୍ତବ୍ୟ ପଥରେ ଥିବା ବେଳେ ଉତ୍ତରପ୍ରଦେଶର ଅଲିଗଡ଼ରୁ ପ୍ରାୟ ୩୫କିଲୋମିଟର ପୂର୍ବରୁ ଦନଓ୍ବର ସୋମନା ଅଞ୍ଚଳରେ ହଠାତ୍‌ ଟ୍ରେନ୍‌ର ଝରକା କାଚ ଭାଙ୍ଗିଯାଇଥିଲା। ପରବର୍ତ୍ତୀ ସମୟରେ ଝରକା ପଟୁ ଟ୍ରାକ୍‌ରେ ପଡ଼ିଥିବା ଏକ ଲୁହା ରଡ୍‌ ଆସି ଜଣେ ଯାତ୍ରୀଙ୍କ ବେକ ଭିତରେ ପଶି ମୁଣ୍ଡ ଚିରି ବାହାରି ଆସିଥିଲା। ଦୁର୍ଘଟଣା ସମୟରେ ଟ୍ରେନ୍‌ର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ଥିଲା ବୋଲି କୁହାଯାଉଛି।
ଫଳରେ ଯାତ୍ରୀ ଜଣକ ଗୁରୁତର ଆହତ ହୋଇଥିଲେ। ଟ୍ରେନ୍‌ରେ ଥିବା ଅଧିକାରୀ ଜଣକ ଅଲିଗଡ ରେଳ ଷ୍ଟେସନର ଅଧିକାରୀମାନଙ୍କୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ। ଟ୍ରେନଟି ଆଲିଗଡ ରେଳ ଷ୍ଟେଶନରେ ପହଞ୍ଚିବା ପରେ ରେଳ କର୍ମଚାରୀମାନେ ତୁରନ୍ତ ତାଙ୍କୁ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜିଆର୍‌ପି ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ମୃତବ୍ୟକ୍ତି ଜଣକ ସୁଲତାନପୁରର ହରିକେଶ କୁମାର ଦୁବେ ବୋଲି ଜଣାପଡ଼ିଛି। ତାଙ୍କ ପରିବାର ସଦସ୍ୟଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଯାଇଛି ବୋଲି ଉତ୍ତର କେନ୍ଦ୍ରୀୟ ରେଳବାଇ (ଏନସିଆର) ର ମୁଖ୍ୟ ଜନସମ୍ପର୍କ ଅଧିକାରୀ ହିମାଂଶୁ ଶେଖର ଉପାଧ୍ୟାୟ କହିଛନ୍ତି। ଏହି ଘଟଣା ପରେ ଟ୍ରେନ୍‌ରେ ହଇଚଇ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri