Posted inଜାତୀୟ

ଚଳନ୍ତା ଟ୍ରେନ୍‌ର ଝରକା ଭାଙ୍ଗି ଯାତ୍ରୀଙ୍କ ଗଳାରେ ପଶିଲା ରଡ୍‌

ଅଲିଗଡ଼,୨।୧୨: ମୃତ୍ୟୁ କେବେ ଏବଂ କିପରି ଆସେ ତାହା କେହି କେବେ ଭାବି ନ ଥା’ନ୍ତି। ଏପରି ଏକ ଘଟଣା ଘଟିଛି ଚଳନ୍ତା ଟ୍ରେନରେ। ଦିଲ୍ଲୀର ଆନନ୍ଦ ବିହାରରୁ ଓଡ଼ିଶାର ପୁରୀ ମଧ୍ୟରେ ଚାଲୁଥିବା ନିଳାଞ୍ଚଳ ଏକ୍ସପ୍ରେସ ଟ୍ରେନ୍‌ରେ ଘଟିଛି ଏହି ଅଘଟଣ। ଶୁକ୍ରବାର ସକାଳ ପ୍ରାୟ ୯ଟା ୪୫ମିନିଟ୍‌ରେ ଟ୍ରେନ୍‌ଟି ଗନ୍ତବ୍ୟ ପଥରେ ଥିବା ବେଳେ ଉତ୍ତରପ୍ରଦେଶର ଅଲିଗଡ଼ରୁ ପ୍ରାୟ ୩୫କିଲୋମିଟର ପୂର୍ବରୁ ଦନଓ୍ବର ସୋମନା ଅଞ୍ଚଳରେ ହଠାତ୍‌ ଟ୍ରେନ୍‌ର ଝରକା କାଚ ଭାଙ୍ଗିଯାଇଥିଲା। ପରବର୍ତ୍ତୀ ସମୟରେ ଝରକା ପଟୁ ଟ୍ରାକ୍‌ରେ ପଡ଼ିଥିବା ଏକ ଲୁହା ରଡ୍‌ ଆସି ଜଣେ ଯାତ୍ରୀଙ୍କ ବେକ ଭିତରେ ପଶି ମୁଣ୍ଡ ଚିରି ବାହାରି ଆସିଥିଲା। ଦୁର୍ଘଟଣା ସମୟରେ ଟ୍ରେନ୍‌ର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ଥିଲା ବୋଲି କୁହାଯାଉଛି।
ଫଳରେ ଯାତ୍ରୀ ଜଣକ ଗୁରୁତର ଆହତ ହୋଇଥିଲେ। ଟ୍ରେନ୍‌ରେ ଥିବା ଅଧିକାରୀ ଜଣକ ଅଲିଗଡ ରେଳ ଷ୍ଟେସନର ଅଧିକାରୀମାନଙ୍କୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ। ଟ୍ରେନଟି ଆଲିଗଡ ରେଳ ଷ୍ଟେଶନରେ ପହଞ୍ଚିବା ପରେ ରେଳ କର୍ମଚାରୀମାନେ ତୁରନ୍ତ ତାଙ୍କୁ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜିଆର୍‌ପି ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ମୃତବ୍ୟକ୍ତି ଜଣକ ସୁଲତାନପୁରର ହରିକେଶ କୁମାର ଦୁବେ ବୋଲି ଜଣାପଡ଼ିଛି। ତାଙ୍କ ପରିବାର ସଦସ୍ୟଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଯାଇଛି ବୋଲି ଉତ୍ତର କେନ୍ଦ୍ରୀୟ ରେଳବାଇ (ଏନସିଆର) ର ମୁଖ୍ୟ ଜନସମ୍ପର୍କ ଅଧିକାରୀ ହିମାଂଶୁ ଶେଖର ଉପାଧ୍ୟାୟ କହିଛନ୍ତି। ଏହି ଘଟଣା ପରେ ଟ୍ରେନ୍‌ରେ ହଇଚଇ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri