Posted inଜାତୀୟ

ଯାତ୍ରୀବାହୀ ବିମାନ-ପକ୍ଷୀ ମୁହାଁମୁହିଁ ଧକ୍କା: ଦିଲ୍ଲୀ ବିମାନ ବନ୍ଦରରେ ଘଣ୍ଟାଏ ପାଇଁ ସମ୍ପୂର୍ଣ୍ଣ ଜରୁରୀକାଳୀନ ପରିସ୍ଥିତି ଜାରି…

ନୂଆଦିଲ୍ଲୀ,୧।୪ : ଶନିବାର ଦିଲ୍ଲୀ ବିମାନବନ୍ଦରରେ ସମ୍ପୂର୍ଣ୍ଣ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଥିଲା। ଦୁବାଇ ଅଭିମୁଖେ ଫେଡେକ୍ସ ବିମାନ ଉଡ଼ାଣ ପରେ ଏହା ପକ୍ଷୀ ଧକ୍କା ହେବାରୁ ଦିଲ୍ଲୀ ବିମାନବନ୍ଦରରେ ସମ୍ପୂର୍ଣ୍ଣ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଥିଲା। ବିମାନବନ୍ଦର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଆମ୍ବୁଲାନ୍ସ, ଫାୟାର ବ୍ରିଗେଡ ଇତ୍ୟାଦି ଡକାଯାଇଥିଲା। ସୂଚନାନୁସାରେ, ଫେଡେକ୍ସ ବିମାନ ଉଡ଼ାଣ ପରେ ପକ୍ଷୀ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି କାରଣରୁ ଜରୁରୀକାଳୀନ ଅବତରଣ ହୋଇଥିଲା। ଏଭଳି ପରିସ୍ଥିତିରେ ବିମାନବନ୍ଦର ପ୍ରଶାସନ ସମ୍ପୂର୍ଣ୍ଣ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଯାହା ଦ୍ୱାରା ଯେକୌଣସି ପରିସ୍ଥିତିର ମୁକାବିଲା ହୋଇପାରିବ।

ସମ୍ପୂର୍ଣ୍ଣ ଜରୁରୀକାଳୀନ ଘୋଷଣା ଶନିବାର ପୂର୍ବାହ୍ନ ୧୦ ଟାରୁ ୧୧ ଟା ପର୍ଯ୍ୟନ୍ତ ଜାରି ହୋଇଥିଲା। ବର୍ତ୍ତମାନ ଦିଲ୍ଲୀ ବିମାନ ବନ୍ଦରରେ ପରିସ୍ଥିତି ସ୍ବାଭାବିକ ହୋଇଛି। ଯେତେବେଳେ ଫେଡେକ୍ସ କାର୍ଗୋ ବିମାନ ଶନିବାର ପୂର୍ବାହ୍ନ ୧୦ଟାରେ ଦିଲ୍ଲୀ ବିମାନବନ୍ଦରରୁ ଦୁବାଇ ଅଭିମୁଖେ ଯାତ୍ରା କଲା, ଏହାର ଡାହାଣ ପାର୍ଶ୍ୱରେ ପକ୍ଷୀ ଧକ୍କା ଦେବାର କିଛି ସମୟ ପରେ ଏହା ଦିଲ୍ଲୀ ବିମାନବନ୍ଦରରେ ପୂର୍ବାହ୍ନ ୧୦ଟା ୪୬ ରେ ନିରାପଦରେ ଅବତରଣ କରିଥିଲା।
ଉଲ୍ଲେଖନୀୟ କଥା ହେଉଛି, ଏହାପୂର୍ବରୁ ପକ୍ଷୀ ଧକ୍କା କିମ୍ବା ଅନ୍ୟ କୌଣସି କାରଣରୁ ବିମାନର ଜରୁରୀ ଅବତରଣ ଅନେକ ଥର ଘଟିଛି। ଚଳିତ ବର୍ଷ ଜାନୁୟାରୀ ୪ ରେ, ଦିଲ୍ଲୀରୁ ପ୍ୟାରିସକୁ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ବିମାନ ତ୍ରୁଟି ଚିହ୍ନଟ ହେବା ପରେ ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀ ଅବତରଣ କରିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri