ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

ପାରଳାଖେମୁଣ୍ଡି,୧୮।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଭ୍ରମରପୁର ଗ୍ରାମର ଯାତ୍ରୀ ବିଶ୍ରାମାଗାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର କାନ୍ଥ ଫାଟିବା ସହ ପଲସ୍ତରା ଖସି ସେଥିରୁ ପଥର ଖସିବାରେ ଲାଗିଛି। ସାମାନ୍ୟ ବର୍ଷା ହେଲେ ଛାତରୁ ପାଣି ଝରୁଛି। ସିମେଣ୍ଟ ଖଣ୍ଡ ପଡ଼ି ରଡ଼ ଦେଖାଯାଉଛି। ବିପଦସଙ୍କୁଳ ଅବସ୍ଥାରେ ରହିଥିବାରୁ କିଛି ସମୟ ଆଶ୍ରୟ ନେବାକୁ ଭୟ କରୁଛନ୍ତି ଯାତ୍ରୀ। ଏହା କେତେବେଳେ ଭୁଶୁଡ଼ି ଲୋକଙ୍କ ଜୀବନ ହାନୀ ହେବାର ଆଶଙ୍କା ରହିଥିବାରୁ ଏ ବିଷୟ ନେଇ ପଞ୍ଚାୟତ ଏବଂ ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ ହୋଇଛି। ଏହି ରାସ୍ତା ଦେଇ ବିଭାଗୀୟ ଅଧିକାରୀ ପ୍ରତିଦିନ ଯିବା ଆସିବା କରୁଥିଲେ ମଧ୍ୟ କାହାର ଦୃଷ୍ଟି ଗୋଚର ହେଉନଥିବା କହିଛନ୍ତି ଗ୍ରାମବାସୀ। ଏ ବିଷୟ ନେଇ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଟି.ଗୋପାଳ ରାଓ କହିଛନ୍ତି ଯେ, ଏହାର ପ୍ରପୋଜାଲ ଦିଆହୋଇଛି ମଞ୍ଜୁରୀ ମିଳିଲେ ଖୁବ ଶୀଘ୍ର କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri