ଗଡ଼ିନି ଯାତ୍ରୀବାହୀ ଟ୍ରେନ୍‌, ଚାଲିଛି ଟିକେଟ ହ୍ୟାକିଂ

କେନ୍ଦ୍ରାପଡ଼ା ଅଫିସ,୨୩।୭: ହରିଦାସପୁର-ପାରାଦୀପ ନୂଆ ବ୍ରଡଗେଜ ଲାଇନରେ ଭାୟା କେନ୍ଦ୍ରାପଡ଼ା ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରେ ପ୍ରଥମ ପଣ୍ୟବାହୀ ରେଳ ଗଡ଼ିଥିଲା। ଏହାକୁ ଇତିମଧ୍ୟରେ ବର୍ଷେ ପୂରିବାକୁ ବସିଛି। ଅଦ୍ୟାବଧି ଯାତ୍ରୀବାହୀ ରେଳ ଗଡ଼ିନାହିଁ। ତେବେ ଜିଲାର ୪ ଜଣ ରେଳପଥ ବିଭାଗର ଟିକେଟ ହ୍ୟାକିଂ ଅଭିଯୋଗରେ ଇତିମଧ୍ୟରେ ଗିରଫ ହୋଇଛନ୍ତି। କେନ୍ଦ୍ରରେ ଓଡ଼ିଶାର ସାଂସଦ ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ହେବା ପରେ ଯାତ୍ରୀବାହୀ ଗାଡ଼ି ଚାଲିବ ବୋଲି ଜିଲାବାସୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି। ହ୍ୟାକରଙ୍କ ଗିରଫ ସମ୍ପର୍କରେ ପାରାଦୀପସ୍ଥିତ ରେଲୱେ ପ୍ରୋଟେକଶନ ଫୋର୍ସର ଇନ୍ସପେକ୍ଟର ପି.ଭି. ରମନ୍ନା ସୂଚନା ଦେଇଛନ୍ତି, ବୁଧବାର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳସ୍ଥିତ ବାବର ଅଞ୍ଚଳର ଜେରକ୍ସ ଦୋକାନୀ ପବିତ୍ର ଦାସଙ୍କୁ ରେଲୱେ ସଫ୍ଟଓ୍ବେର ହ୍ୟାକିଂ କରି ଟିକେଟ ବିକ୍ରି କରୁଥିବା ଅଭିଯୋଗରେ ଗିରଫ କରାଯାଇଛି। ଏହାପୂର୍ବରୁ ଏହିପରି ଘଟଣା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳରେ ଦେଖିବାକୁ ମିଳିଥିଲା। ଥାନା ଅଞ୍ଚଳର ଜ୍ୟୋତିରଞ୍ଜନ ସାହୁ, ବିକ୍ରମ ମଲ୍ଲିକ, ଆକ୍ରମ ଖାନ୍‌ଙ୍କୁ ଗିରଫ କରାଯାଇଛି। ଏହି ହ୍ୟାକରମାନେ ଇଣ୍ଡିଆନ ରେଲୱେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜମ୍‌ କର୍ପୋରେଶନ (ଆଇଆରସିଟିସି) ଓ ବ୍ୟାଙ୍କ ସିକ୍ୟୁରିଟିକୁ ବେଆଇନ ଭାବେ ହ୍ୟାକ୍‌ କରି ଲୋକଙ୍କୁ ତତ୍କାଳ ଟିକେଟ ବିକ୍ରି କରୁଛନ୍ତି। ଏଥିରେ ଏକ ପାକିସ୍ତାନୀ ସଫ୍ଟଓ୍ବେର ବ୍ୟବହାର ହେଉଥିବା ଜଣାପଡୁଛି। କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଥିଲା। ଏପରି କି ବାବରରୁ ଗିରଫ ହୋଇଥିବା ଦାଶଙ୍କ ଘର ମଧ୍ୟ ଏହି ଥାନା ଅଞ୍ଚଳରେ ବୋଲି ସେ ସୂଚନା ଦେଇଛନ୍ତି। ଅପରପକ୍ଷରେ କେନ୍ଦ୍ରାପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଗଡ଼ିବାକୁ ନେଇ ଉତ୍କଣ୍ଠା ବଢ଼ିଯାଇଛି।
ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇର ଉମାକାନ୍ତ ବିଶ୍ୱାଳ କହିଛନ୍ତି, ୧୯୯୬-୯୭ ଆର୍ଥିକ ବର୍ଷରେ ଏହି ରେଳ ଲାଇନ ପାଇଁ ପ୍ରସ୍ତାବ ଆଗତ ହୋଇଥିଲା। ଏହାର ପ୍ରାୟ  ବର୍ଷ ପରେ ଜିଲା ମଧ୍ୟ ଦେଇ ପଣ୍ୟବାହୀ ରେଳ ଗଡୁଥିଲେ ମଧ୍ୟ ଅଦ୍ୟାବଧି ଯାତ୍ରୀବାହୀ ରେଳ ଗଡ଼ିପାରିନାହିଁ। କେନ୍ଦ୍ର ସରକାରଙ୍କ କ୍ୟାବିନେଟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖିଲେ ଜିଲାରେ ପ୍ରଥମ ଥର ପାଇଁ ଯାତ୍ରୀବାହୀ ରେଳ ଚଳାଚଳ ଶୀଘ୍ର ହେବ ବୋଲି ଆଶାବାଦୀ ଅଛି ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି ମହାକାଳପଡ଼ାର ସୁନୀଲ କୁମାର ଗନ୍ତାୟତ କହିଛନ୍ତି, ୨୦୨୦ରେ କରୋନା ସଂକ୍ରମଣ ଆରମ୍ଭ ପରେ ଜିଲାକୁ ପ୍ରାୟ ୩ ଲକ୍ଷ ପ୍ରବାସୀ ଫେରିଥିଲେ। ସେମାନଙ୍କ ଯାତ୍ରାପଥର କଷ୍ଟ ସମ୍ପର୍କରେ ଗଣମାଧ୍ୟମରେ ବହୁଳ ଭାବେ ପ୍ରସାରିତ ହୋଇଥିଲା। ଜିଲାରୁ ଏତେ ସଂଖ୍ୟକ କର୍ମଜୀବୀ ବାହାରକୁ ଯାଉଥିବା ବେଳେ ଜିଲାରୁ ଯାତ୍ରୀବାହୀ ରେଳ ଗଡ଼ିବା ଅଦ୍ୟାବଧି ସମ୍ଭବ ହୋଇନାହିଁ। ଜିଲାର କର୍ମଜୀବୀ ରେଳରେ ଚଢ଼ି ବାହାରକୁ ଯିବାକୁ ହେଲେ ନିକଟସ୍ଥ ପାରାଦୀପ, କଟକ ଅଥବା ହରିଦାସପୁର ରେଳ ଷ୍ଟେଶନକୁ ଯିବାକୁ ପଡୁଛି। ତୁରନ୍ତ କେନ୍ଦ୍ରାପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଚଳାଚଳ ପାଇଁ ମହାକାଳପଡ଼ା ୟୁଥ୍‌ ଗ୍ରୁପର ସଭାପତି ଭାବେ ସେ ଦାବି କରିଛନ୍ତି। ଏ ସମ୍ପର୍କରେ ପୂର୍ବତଟ ରେଳପଥର ପିଆରଓ ନିରାକାର ଦାସଙ୍କୁ ପଚାରିବାରେ ଯାତ୍ରୀବାହୀ ରେଳ ଚଳାଚଳ ପାଇଁ ସମସ୍ତ ପ୍ରସ୍ତୁତି ସରିନାହିଁ। ଷ୍ଟେଶନ ଓ ସିଗ୍‌ନାଲ ସିଷ୍ଟମକୁ ଭଲ ଭାବେ ପରୀକ୍ଷା ପରେ ଟ୍ରେନ ଚଳାଚଳ ସମ୍ଭବ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?