ନୀଳଗିରିକୁ ଯାତ୍ରୀବାହୀ ଟ୍ରେନ୍‌ ଖୁବ୍‌ଶୀଘ୍ର

ବାଲେଶ୍ୱର ଅଫିସ, ୨୭ା୪ – ଦକ୍ଷିଣ ପୂର୍ବ ରେଳପଥ ଖଡ଼ଗପୁର ମଣ୍ଡଳ ଡିଆର୍‌ଏମ୍‌ ମନୋରଞ୍ଜନ ପ୍ରଧାନ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଆସି ରେଳଷ୍ଟେଶନର ମଡ଼େଲ ବିଲ୍ଡିଂ ନିର୍ମାଣ କାର୍ଯ୍ୟ ନିରୀକ୍ଷଣ କରିଛନ୍ତି। ଏଥିସହ ନୀଳଗିରିକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ନୀଳଗିରି ଗୋପୀନାଥପୁରରେ ଆସନ୍ତା ସପ୍ତାହରେ ନୂତନ ପ୍ଲାଟଫର୍ମ ନିର୍ମାଣ ଓ ଅତିଶୀଘ୍ର ଯାତ୍ରୀବାହୀ ଟ୍ରେନ ଚଳାଚଳ ସମ୍ପର୍କରେ ଡିଆରଏମ୍‌ ସୂଚନା ଦେଇଛନ୍ତି।
ପ୍ରଧାନ ରେଲୱେର ସିନିଅର ଡିଭିଜିନାଲ ଇଞ୍ଜିନିୟର, ଡିଭିଜିନାଲ ଇଞ୍ଜିନିୟର, ସିନିଅର ଡିଭିଜିନାଲ ସିକ୍ୟୁରିଟି କମିଶନର ଏବଂ ସିନିଅର ଡିଭିଜିନାଲ କମର୍ସିଆଲ ମ୍ୟାନେଜରଙ୍କ ସହ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସହ କାର୍ଯ୍ୟାଳୟରେ ଆଲୋଚନା କରିଛନ୍ତି। ବାଲେଶ୍ୱର ରେଳଷ୍ଟେଶନର ରୂପରେଖ ପରିବର୍ତ୍ତନ ହୋଇ ଆଗାମୀ ଦିନରେ ମଡ଼େଲ ଷ୍ଟେଶନରେ ପରିଣତ ହେବାକୁ ଯାଉଛି। ପୂର୍ବରୁ ମଡେଲ ଷ୍ଟେଶନ ପାଇଁ ଶିଳାନ୍ୟାସ ଶେଷ ହୋଇଥିବା ବେଳେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିସହିତ ପ୍ରସ୍ତାବିତ ମଡ଼େଲ ଷ୍ଟେଶନ ନିର୍ମାଣ ପାଇଁ ଭିତ୍ତିଭୂମି ଓ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ଆଲୋଚନା ହୋଇଥିଲା। ଆଲୋଚନା ପରେ ଡିଆର୍‌ଏମ୍‌ ଓ ତାଙ୍କ ସହ ଆସିଥିବା ରେଳ ବିଭାଗ ଅଧିକାରୀମାନେ ନୀଳଗିରି ଗସ୍ତ କରିଥିଲେ। ନୀଳଗିରିକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ନେଇ ଷ୍ଟେଶନବିଲଡିଂ ଓ ରହଣି ସମ୍ପର୍କରେ ସ୍ଥିତି ଅନୁଧ୍ୟାନ କରିଥିଲେ। ଏନେଇ ଡିଆର୍‌ଏମ୍‌ ପ୍ରଧାନ କହିଛନ୍ତି, ବାଲେଶ୍ୱର ରେଳଷ୍ଟେଶନକୁ ଆଧୁନିକୀକରଣ କରାଯିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ରେଳଷ୍ଟେଶନର ପଶ୍ଚିମପଟେ ନୂତନ ଗୃହ ଆରମ୍ଭ ହେବା ସହ ଜବରଦଖଲ ଉଚ୍ଛେଦ ପାଇଁ ଜିଲାପାଳଙ୍କ ସହ ଆଲୋଚନା କରିଛି। ଅନ୍ୟପଟେ ନୀଳଗିରିକୁ ରେଳ ଚଳାଚଳ ପାଇଁ ଆବଶ୍ୟକ ଭିତ୍ତିଭୂମି ଯାଞ୍ଚ କରାଯାଉଛି। ବିଦ୍ୟୁତ୍‌ ସଂଯୋଗୀକରଣ ଥିବା ବେଳେ ରେଳଲାଇନ୍‌ର ସୁଦୃଢ଼ ଏବଂ ପ୍ଲାଟଫର୍ମ ନିର୍ମାଣ ପାଇଁ ସ୍ଥାନ ସ୍ଥିର ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri