ବ୍ରିଟେନ ଫେରନ୍ତା ଭାରତୀୟ କରୋନା ପଜିଟିଭ: ନୂଆ ରୂପକୁ ନେଇ ସରକାର ସତର୍କ

ନୂଆଦିଲ୍ଲୀ,୨୪ ।୧୨: ବ୍ରିଟେନରେ ଦେଖାଦେଇଥିବା କରୋନା ଭାଇରସର ନୂଆ ରୂପକୁ ନେଇ ଏବେ ବିଶ୍ୱବାସୀ ଡରି ଯାଇଛନ୍ତି । ଭାଇରସର ନୂଆ ରୂପକୁ ନେଇ ଭାରତ ସମେତ ପାଖାପାଖି ୫୦ଟି ଦେଶ ବ୍ରିଟେନକୁ ଯାତାୟତ ଉପରେ କଟକଣା ଜାରି କରି ଦେଇଛନ୍ତି । ହେଲେ ବ୍ରିଟେନକୁ ବିମାନ ସେବା ବନ୍ଦ କରିବା ପୂର୍ବରୁ କିନ୍ତୁ ଶହ ଶହ ଯାତ୍ରୀ ଭାରତ ପହଞ୍ଚି ସାରିଛନ୍ତି । ଯାହାକୁ ନେଇ ଏବେ ସରକାର ଓ ସାଧାରଣ ଜନତା ଚିନ୍ତାରେ ପଡିଯାଇଛନ୍ତି । ଏମାନଙ୍କ ମଧ୍ୟରୁ ଅନେକ କରୋନାରେ ସଂକ୍ରମିତ ବି ହୋଇଛନ୍ତି । ସୂଚନା ମୁତାବକ ବ୍ରିଟେନରେ ଦେଖାଦେଇଥିବା ନୂଆ ଷ୍ଟ୍ରେ୍‌ନ୍ ୭୦ ପ୍ରତିଶତ ଅଧିକ ବେଗରେ ସଂକ୍ରମିତ ହେବାର ଆଶଙ୍କା ରହିଛି । ହେଲେ ସରକାର କହୁଛନ୍ତି ଏହାକୁ ନେଇ ଚିନ୍ତା କରିବାର କୌଣସି କାରଣ ନାହିଁ । ଏବେସୁଦ୍ଧା ବ୍ରିଟେନରୁ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଥିବା ପ୍ରାୟ ୯୮୪ ଯାତ୍ରୀଙ୍କ ମଧ୍ୟରୁ ୧୧ ଜଣ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରୁ ଯେଉଁମାନେ ସଂକ୍ରମିତ ଯାତ୍ରୀଙ୍କ ପାଖରେ ବସିଥିଲେ ସେମାନଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି । ସେମିତି ବ୍ରିଟେନରୁ ଅମୃତସର ଆସିଥିବା ୨୪୨ ଯାତ୍ରୀଙ୍କ ମଧ୍ୟରୁ ୮ ଜଣ କରୋନାରେ ପୀଡିତ ହୋଇଛନ୍ତି । ଏମାନଙ୍କର ଜେନୋମ ଟେଷ୍ଟ କରାଯିବ । ସେହିପରି ବ୍ରିଟେନରୁ ପ୍ରାୟ ୪୦୫ ଜଣ ଯାତ୍ରୀ ମଧ୍ୟପ୍ରଦେଶ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ନୂଆ କରୋନା ଭାଇରସ ଦ୍ୱାରା ସଂକ୍ରମିତ ଯାତ୍ରୀ ଥିବା ଆଶଙ୍କା କରି ଅଧିକାଂଶଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି । କେବଳ ଭାରତ ନୁହେଁ କରୋନାର ନୂଆ ରୂପକୁ ନେଇ ଅଷ୍ଟ୍ରେଲିଆ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, ତୁର୍କୀ, କାନାଡା, ନେଦରଲ୍ୟାଣ୍ଡସ୍‌, ବେଲଜିୟମ, ଅଷ୍ଟ୍ରିୟା ଓ ଇସ୍ରାଏଲରେ ବ୍ରିଟେନ ବିମାନ ସେବାକୁ ବନ୍ଦ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?