ପଢ଼ିବା ପାଇଁ ଏମିତି ପଦକ୍ଷେପ ନେଲେ ଏହି ଗରିବ ଛାତ୍ରୀ, ଜାଣିଲେ କରିବେ ପ୍ରଶଂସା

ମୁମ୍ବାଇ,୨୨ା୮: ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାରେ ରହୁଥିବା ଜଣେ ଛାତ୍ରୀ ଗାଁରେ ଇଣ୍ଟରନେଟ୍‌ ସୁବିଧା ନ ଥିବାରୁ ଉତ୍ସର୍ଗୀକୃତ ମନୋଭାବ ଏବଂ ପରିଶ୍ରମ ଯୋଗୁ ସେ ପାହାଡ଼ିଆ ଅଞ୍ଚଳରେ ଏକ ଝୁମ୍ପୁଡ଼ି ତିଆରି କରିଛନ୍ତି।

କୋକଣ ଅଞ୍ଚଳ ପାହାଡ଼ ଏବଂ ଖାଲଖମାରେ ପରିପୂର୍ଣ୍ଣ। ଅନେକ ସ୍ଥାନରେ କୌଣସି ନେଟ୍‌ଓ୍ବାର୍କ ଆସେ ନାହିଁ। ସିନ୍ଧୁଦୁର୍ଗ ଜିଲା କନକବଳୀ ତହସିଲର ଅପହଞ୍ଚ ଅଞ୍ଚଳରେ ରହୁଥିବା ସ୍ବପ୍ନାଲି ସୂତାର ଲକ୍‌ଡାଉନରେ ଅନ୍‌ଲାଇନ୍‌ ପାଠପଢ଼ା ଆରମ୍ଭ କରିଥିଲେ। ମାତ୍ର ଗାଁରେ ନେଟ୍‌ଓ୍ବାର୍କ ଆସିଲା ନାହିଁ।

ପିଲାଦିନରୁ ସ୍ବପାଲିଙ୍କ ପାଠପଢ଼ାରେ ବେଶ୍‌ ଆଗ୍ରହ। ସେ ଦ୍ୱାଦଶ ଶ୍ରେଣୀ ବିଜ୍ଞାନରେ ୮୮ ପ୍ରତିଶତ ନମ୍ବର ରଖି ମୁମ୍ବାଇର ପ୍ରାଣୀ ଚିକିତ୍ସା କ୍ଷେତ୍ରରେ ନାମ ଲେଖାଇଛନ୍ତି। ସ୍ବପ୍ନାଲି ତାଙ୍କ ଭାଇମାନଙ୍କ ସହିତ ଥାଣେରେ ରୁହନ୍ତି। ଲକ୍‌ଡାଉନ୍‌ ଯୋଗୁ ସେ ଗାଁକୁ ଚାଲିଆସିଥିଲେ। ଗାଁରେ ନେଟ୍‌ଓ୍ବାର୍କ ନ ଆସିବାରୁ ସ୍ବପ୍ନାଲି ଏକ ନୂଆ ଉପାୟ ପାଞ୍ଚିଥିଲେ। ପାହାଡ଼ିଆ ଅଞ୍ଚଳରେ ଏକ ଝୁମ୍ପୁଡ଼ି ତିଆରି କରିଥିଲେ ଯେଉଁଠି ନେଟଓ୍ବାର୍କ ଆସିଥାଏ। ଏହି ସ୍ଥାନରୁ ସ୍ବପ୍ନାଲିଙ୍କ ଘର ୨ କିଲୋମିଟର। ତେଣୁ ତାଙ୍କ ମା’ ବାପା ଚାହୁଁ ନ ଥିଲେ ସେ ସେଠାରେ ଯାଇ ପଢନ୍ତୁ ବୋଲି। ମାତ୍ର ସ୍ବପ୍ନାଲି ତାଙ୍କ ମା’ ବାପାଙ୍କୁ ବୁଝାଇ ଏକ ଝୁମ୍ପୁଡ଼ି ତିଆରି କରି ସେଠାରେ ରହି ପଢୁଛନ୍ତି।
ସ୍ବପ୍ନାଲି ଭବିଷ୍ୟତରେ ଜଣେ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଛନ୍ତି। ଘରର ଆର୍ଥିକ ଅବସ୍ଥା ଭଲ ନୁହେଁ। ଏକ ଗରିବ କୃଷକ ପରିବାରରେ ତାଙ୍କର ଜନ୍ମ। ସ୍ବପ୍ନାଲିଙ୍କ ସ୍ବପ୍ନ ତଥା ଉତ୍ସାହ ଦେଖି ତାଙ୍କୁ ଆଖପାଖ ଅଞ୍ଚଳରେ ବେଶ୍‌ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri