Posted inଖେଳ

ଟ୍ରୋଲ ପରେ ଶାମିଙ୍କ ସପକ୍ଷରେ ପୂର୍ବତନ ଖେଳାଳି

ଦୁବାଇ,୨୫।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନଠାରୁ ୧୦ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଦଳର ଖେଳାଳିଙ୍କୁ ସୋସିଆଲ ମିଡିଆରେ ଟ୍ରୋଲରେ କରାଯାଉଛି। ଏହି ମ୍ୟାଚ୍‌ରେ ୩.୫ ଓଭରରେ ୪୩ ରନ୍‌ ଖର୍ଚ୍ଚ କରିଥିଲେ ମହମ୍ମଦ ଶାମି। ତାଙ୍କର ଏଭଳି ସାଧାରଣ ପ୍ରଦର୍ଶନକୁ ୟୁଜର୍ସ ତାଙ୍କ ଧର୍ମ ସହ ଯୋଡ଼ି ସମାଲୋଚନା କରିଛନ୍ତି। ଏଭଳି ସମୟରେ ଶାମିଙ୍କ ସପକ୍ଷରେ ବାହାରିଛନ୍ତି ଅନେକ ପୂର୍ବତନ ଓ ବର୍ତ୍ତମାନ ଖେଳାଳି।

ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ଟୁଇଟ୍‌ କରି ଲେଖିଛନ୍ତି, ”ଶାମିଙ୍କୁ ଅନଲାଇନରେ କରାଯାଉଥିବା ଆକ୍ରମଣ ନିନ୍ଦା କରୁଛି। ତାଙ୍କ ସହ ଆମେ ଛିଡ଼ା ହୋଇଛୁ। ସେ ଜଣେ ଚାମ୍ପିୟନ। ଭାରତୀୟ ଦଳର କ୍ୟାପ ପିନ୍ଧି ଖେଳୁଥିବା ପ୍ରତ୍ୟେକଙ୍କ ହୃଦୟରେ ଭାରତ ରହିଛି। ପରବର୍ତ୍ତୀ ମ୍ୟାଚ୍‌ରେ ସେ ତାଙ୍କ ଦକ୍ଷତା ପ୍ରଦର୍ଶିତ କରିବେ“।

ସେହିଭଳି ଇର୍ଫାନ ପଠାନ ଲେଖିଛନ୍ତି, “ମୁଁ ମଧ୍ୟ ଭାରତ-ପାକିସ୍ତାନ ମ୍ୟାଚ୍‌ ଖେଳିଛି, ଯେଉଁଠାରେ ଆମକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। କିନ୍ତୁ ଆମକୁ କେହି ପାକିସ୍ତାନ ଯିବାକୁ କହି ନାହାନ୍ତି। ମୁଁ କିଛି ବର୍ଷ ତଳର କଥା କହୁଛି। ଏଭଳି ପ୍ରଥାକୁ ବନ୍ଦ କରାଯିବା ଦରକାର”। ଭେଟେରାନ ଅଫ୍‌ ସ୍ପିନର ହରଭଜନ ସିଂ ଓ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇ ନ ଥିବା ୟୁଜବେନ୍ଦ୍ର ଚହଲ ମଧ୍ୟ ଟୁଇଟ୍‌ କରି ଶାମିଙ୍କୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri