ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା ଲଗାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ  ସେ କଳାହାଣ୍ଡି ଜିଲା ଥୁଆ ମୂଳ ରାମ ବ୍ଳକ ର ଗୋପାଳପୁର  ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ଥିଲେ। ସେତେବେଳେ ସଂଶ୍ଳିଷ୍ଟ ଏକ ଦୁର୍ନୀତି ମାମଲାରେ ତାଙ୍କୁ ଦୋଷୀସାବ୍ୟସ୍ତ କରାଯାଇଛି।
ସୂଚନା ଅନୁସାରେ, ଦୁରିଆ ବର୍ତ୍ତମାନ କେସିଙ୍ଗା ବ୍ଲକର ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  ପିଇଓ ଭାବେ କାର୍ଯ୍ୟରତ। ତାଙ୍କ ବିରୋଧରେ କୋରାପୁଟ ଭିଜିଲାନ୍ସ ପିଏସ୍‌ କେସ ନମ୍ବର ୨୨/ ୨୦.୧୦.୨୦୨୧ ଅନ୍ତର୍ଗତ ମାମଲା ରଜୁ କରିଥିଲା।

ଅଭିଯୋଗ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମଏୱାଇ) ଅଧୀନରେ ୨୦ ହଜାର ଟଙ୍କା ବିଲ ପରିଶୋଧ ପାଇଁ ଜଣେ ହିତାଧିକାରୀଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ଦାବି କରିବା ଓ ଗ୍ରହଣ କରିବା ଅଭିଯୋଗରେ ତାଙ୍କ ବିରୋଧରେ ୭ ପିସି (ସଂଶୋଧନ) ଆଇନ, ୨୦୧୮ ଅନୁଯାୟୀ ଚାର୍ଜସିଟ ଦାଖଲ ହୋଇଥିଲା। କୋରାପୁଟ ଡିଭିଜନର ଭିଜିଲାନ୍ସର ଡିଏସ୍‌ପି  ସଦାନନ୍ଦ ପାଣି ମାମଲାର ତଦନ୍ତ କରିଥିବାବେଳେ, ସ୍ପେଶାଲ ପିପି  ସୁଧୀର କୁମାର ପଣ୍ଡା ଏବଂ ଇମ୍ରାନ ଖାନ, ଭିଜିଲାନ୍ସ, ଭବାନୀପାଟଣା ଅଭିଯୋଜନ ପକ୍ଷରୁ ମାମଲା ପରିଚାଳନା କରିଥିଲେ। ଦୋଷୀ ସାବ୍ୟସ୍ତ ହେବା ପରେ ଓଡିଶା ଭିଜିଲାନ୍ସ ପକ୍ଷରୁ ଦୁରିଆଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ସକ୍ଷମ ପ୍ରାଧିକରଣଙ୍କ ନିକଟରେ ଆବେଦନ କରାଯିବ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri