Posted inଖେଳ

୬୫ ବର୍ଷ ପରେ ଅଷ୍ଟ୍ରେଲିଆ କ୍ରିକେଟ୍‌ରେ ଘଟିଲା ଏମିତି

ସିଡନୀ,୨୬।୧୧: ଅଷ୍ଟ୍ରେଲିଆର ଟେଷ୍ଟ କ୍ରିକେଟ ଦଳର ନୂତନ ଅଧିନାୟକ ଭାବରେ ବିଶ୍ୱର ଏକ ନମ୍ବର ଟେଷ୍ଟ ବୋଲର ପ୍ୟାଟ କମିନ୍ସଙ୍କୁ ମନୋନୀତ କରାଯାଇଛି। କମିନ୍ସ ଅଷ୍ଟ୍ରେଲିଆର ୪୭ ତମ ଟେଷ୍ଟ ଅଧିନାୟକ ହୋଇଛନ୍ତି। ଭେଟେରାନ ଖେଳାଳି ଷ୍ଟିଭ ସ୍ମିଥଙ୍କୁ ଦଳର ଉପ-ଅଧିନାୟକ କରାଯାଇଛି। ୬୫ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ଘଟଛି ଯେ ଜଣେ ବୋଲର ଅଷ୍ଟ୍ରେଲୀୟ ଟେଷ୍ଟ ଦଳର ଅଧିନାୟକ ହେବେ। କମିନ୍ସ ଟିମ ପେନ୍‌ଙ୍କ ସ୍ଥାନ ନେଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କର ଅଶ୍ଳୀଳ ଫଟୋ ଏବଂ ଅଶ୍ଳୀଳ ବାର୍ତ୍ତା ପଠାଇଥିବାରୁ ଦୁଃଖ ପ୍ରକାଶ କରି ପେନ୍‌ ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ଆସନ୍ତା ମାସରୁ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜ ଅନୁଷ୍ଠିତ ହେବ।
୨୦୧୮ରେ, ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପଟାଉନ ଟେଷ୍ଟରେ ବଲ ଟାମ୍ପରିଂ କରିବା ପରେ ଷ୍ଟିଭ ସ୍ମିଥ ଅଧିନାୟକତ୍ୱରୁ ବଞ୍ଚିତ ହୋଇଥିଲେ ଏବଂ ତାଙ୍କ ସ୍ଥାନରେ ପେନ୍‌ ଟେଷ୍ଟ ଦଳର ଅଧିନାୟକ ହୋଇଥିଲେ। ସ୍ମିଥଙ୍କୁ ମଧ୍ୟ ଏକ ବର୍ଷ ପାଇଁ ବାସନ୍ଦ କରାଯାଇଥିଲା। ଦଳକୁ ଫେରିବା ପରେ ସେ ଜଣେ ବ୍ୟାଟ୍ସମ୍ୟାନ ଭାବରେ ଖେଳୁଥିଲେ। ତେବେ କ୍ରିକେଟ ଅଷ୍ଟ୍ରେଲିଆ ପୁଣି ଥରେ ସ୍ମିଥଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରିଛି। ଉପ-ଅଧିନାୟକ ହେବାପରେ ସ୍ମିଥ କହିଛନ୍ତି, ଦଳର ନେତୃତ୍ୱରେ ଫେରି ମୁଁ ବହୁତ ଖୁସି। ମୁଁ ପ୍ୟାଟ କମିନ୍ସଙ୍କୁ ସାହାଯ୍ୟ କରିବାକୁ ପ୍ରସ୍ତୁତ।କମିନ୍ସ ଏବଂ ମୁଁ ଦୀର୍ଘ ସମୟ ଧରି ଏକାଠି ଖେଳୁଛୁ ତେଣୁ ଆମେ ପରସ୍ପରର ଶୈଳୀ ଜାଣିଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri