Posted inଖେଳ

ପ୍ୟାଟ କମିନ୍ସଙ୍କୁ ଆଇସିସି କ୍ରିକେଟର ଅଫ ଦ ଇୟର: ବୋଲିଂ, ଅଧିନାୟକତ୍ୱ ବଳରେ ଅଷ୍ଟ୍ରେଲିଆକୁ କରାଇଥିଲେ ବିଶ୍ୱ ବିଜେତା

ସିଡ଼ନୀ,୨୫।୧: ଆଇସିସି କ୍ରିକେଟର ଅଫ ଦ ଇୟର ଜିତିବାରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ସଫଳ ହୋଇଛନ୍ତି। ୨୦୨୩ରେ ବୋଲିଂ ଏବଂ ଅଧିନାୟକତ୍ୱ ସହିତ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଆଇସିସି ଦ୍ୱାରା ପ୍ୟାଟ କମିନ୍ସଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। କମିନ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଦଳ ଆଇସିସି ଦିନିକିଆ ବିଶ୍ୱକପ୍‌ ଏବଂ ଆଇସିସି ଟେଷ୍ଟ ଚାମ୍ପିୟନସିପ ଟାଇଟଲ ଜିତିବାରେ ସଫଳ ହୋଇଛି। କମିନ୍ସଙ୍କ ପାଇଁ ଏହି ପୁରସ୍କାର ମଧ୍ୟ ସ୍ମରଣୀୟ କାରଣ ତାଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଗତ ବର୍ଷ ଏହାର ବୃହତ୍ତମ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ବିପକ୍ଷରେ ଆଶେସକୁ ବଜାୟ ରଖିବାରେ ସଫଳ ହୋଇଛି। କମିନ୍ସଙ୍କ ବ୍ୟତୀତ ବିରାଟ କୋହଲିଙ୍କୁ ଆଇସିସି ଦିନିକିଆ କ୍ରିକେଟର ଅଫ ଦ ଇୟର ଏବଂ ଉସମାନ ଖାୱାଜାଙ୍କୁ ଆଇସିସି ଟେଷ୍ଟ କ୍ରିକେଟର ପୁରସ୍କାର ପ୍ରଦାନ କରାଯାଇଛି।

୨୦୨୩ କମିନ୍ସଙ୍କ ପାଇଁ ବହୁତ ଭଲ ଥିଲା। କମିନ୍ସ ପଡ଼ିଆରେ ଏବଂ ବାହାରେ ପ୍ରାଧାନ୍ୟ ବିସ୍ତାର କରିଥିଲେ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଏବଂ ବିଶ୍ୱକପ୍‌ ଜିତିବା ପରେ ଆଇପିଏଲ ନିଲାମରେ କମିନ୍ସଙ୍କ ଯାଦୁ ମଧ୍ୟ ଦେଖିବାକୁ ମିଳିଥିଲା। ସନରାଇଜର୍ସ ହାଇଦ୍ରାବାଦ ତାଙ୍କୁ ୨୦.୨୫ କୋଟିରେ କିଣିଛି ଏବଂ ସେ ଆଇପିଏଲ ଇତିହାସରେ ଦ୍ୱିତୀୟ ମହଙ୍ଗା ଖେଳାଳି ହୋଇପାରିଛନ୍ତି। ବର୍ଷ ଶେଷରେ କମିନ୍ସ ମଧ୍ୟ ଡିସେମ୍ବରରେ ଆଇସିସି ପ୍ଲେୟର ଅଫ ଦ ମନ୍ଥର ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri