ଭୁଶୁଡ଼ିଲା ପାଟଖଣ୍ଡା ପ୍ରାଥମିକ ବିଦ୍ୟାଳୟ ଛାତ

ବାଲିଗୁଡ଼ା,୨୮ା୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ମଧ୍ୟ ଭାଗରେ ଥିବା ପୁରାତନ ସରକାରୀ ପାଟଖଣ୍ଡା ପ୍ରାଥମିକ ବିଦ୍ୟାଳୟର ପରିସରରେ ଥିବା ଏକ ବିପଦସଙ୍କୁଳ ଗୃହ ଛାତ ଭୁଶୁଡି ପଡ଼ିଛ। ବିଦ୍ୟାଳୟ ବନ୍ଦ ରହିଥିବାରୁ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛ। ଉକ୍ତ ପୁରାତନ ବିଦ୍ୟାଳୟ ପାଟଖଣ୍ଡା ମନ୍ଦିରକୁ ଲାଗି ରହିଛି। ୧୯୬୨ରୁ ସ୍ଥାପିତ ଏହି ବିଦ୍ୟାଳୟଟି ଅଦ୍ୟାବଧି ଆଜବେଷ୍ଟସ୍‌ ଛାଉଣି ଶ୍ରେଣୀ ଗୃହରେ ହିଁ ଶିକ୍ଷାଦାନ କରାଯାଉଛି। ଦୀର୍ଘଦିନ ଧରି ଉକ୍ତ ବିଦ୍ୟାଳୟ ଗୃହ ବିପଦସଙ୍କୁଳ ଅବସ୍ଥାରେ ଥିବା ବେଳେ ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ ଲିଖିତ ଆକାରରେ ବାରମ୍ବାର ଜଣାଇଥିଲେ ମଧ୍ୟ କାହିଁକି ଦୃଷ୍ଟି ଦେଉ ନ ଥିଲେ, ତାହା ଏବେ ଅଭିଭାବକ ମହଲରେ ପ୍ରଶ୍ନ ସୃଷ୍ଟି କରିଛି।

ବିଦ୍ୟାଳୟର ପ୍ରଧାନଶିକ୍ଷକ ଦାୟିତ୍ୱରେ ଥିବା ରମେଶ ଚନ୍ଦ୍ର ଓଝାଙ୍କୁ ପଚାରିବାରୁ ସେ କହିଛନ୍ତି, ଆମ ବିଦ୍ୟାଳୟ ପରିସରରେ ଥିବା ଗୋଟିଏ ଛାତ ଘରକୁ ଛାଡ଼ିଲେ ସମସ୍ତ ଗୃହ ଅତି ପୁରୁଣା ଓ ଭଙ୍ଗାରୁଜା ହୋଇ ପଡ଼ିରହିଛି। ଅଧିକ ଶ୍ରେଣୀ ଗୃହ ନ ଥିବାରୁ ବାଧ୍ୟ ହୋଇ ଆଜବେଷ୍ଟସ୍‌ ଘରେ ଓ ଏକ ଛାତ ଘର ରହିଛି ତାରି ଭିତରେ ପିଲାଙ୍କୁ ପାଠ ପଢାଉଛୁ। ବର୍ତ୍ତମାନ ବିପଦସଙ୍କୁଳ ଅବସ୍ଥାରେ ଥିବା ଘରଟି ଭାଙ୍ଗି ଯାଇଛି। ପୁରୁଣା ଓ ବିପଦସଙ୍କୁଳ ଘର ମରାମତି କିମ୍ବା ନୂତନ ଗୃହ ନିର୍ମାଣ ସମ୍ପର୍କରେ ଆମେ ବାରମ୍ବାର ଆମ ଉଚ୍ଚ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏଥୂପ୍ରତି କେହି ଦୃଷ୍ଟି ଦେଇନାହାନ୍ତି ବୋଲି ମଧ୍ୟ କହିଛନ୍ତି। ତେଣୁ ବିଦ୍ୟାଳୟର ସମସ୍ତ ଗୃହ ନୂତନ ଭାବେ ନିର୍ମାଣ କରିବାକୁ ଅଭିଭାବକ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri