ପତଞ୍ଜଳି ବିଶ୍ୱବିଦ୍ୟାଳୟର ୪ର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା

ଭୁବନେଶ୍ୱର,୧୨ା୧(ଅନୁରାଧା ମହାରଣା): ପତଞ୍ଜଳି ବିଶ୍ୱବିଦ୍ୟାଳୟ ମାନବିକତା ଏବଂ ଓରିଏଣ୍ଟାଲ ଷ୍ଟଡିଜ୍‌ ଏବଂ ଦର୍ଶନ ଏବଂ ସଂସ୍କୃତ ବିଭାଗ ପକ୍ଷରୁ ମିଳିତ ଭାବେ ଚତୁର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏ ଅବସରରେ ବିଶ୍ୱବିଦ୍ୟାଳୟ କୁଳାଧିପତି ଯୋଗଗୁରୁ ରାମଦେବ କହିଛନ୍ତି , ଆମେ ଶାସ୍ତ୍ର ପରମ୍ପରାକୁ ଆମତ୍ସାତ୍‌ କରିବା ଦ୍ୱାରା ଯୋଗମାର୍ଗ, ବେଦମାର୍ଗ, ଋଷିମାର୍ଗରେ ଚାଲିବାକୁ ପ୍ରେରଣା ମିଳିଥାଏ। ସେହିପରି ବିଶ୍ୱବିଦ୍ୟାଳୟ କୁଳପତି ଆଚାର୍ଯ୍ୟ ବାଲକ୍ରିଷ୍ଣା କହିଲେ, ଶାସ୍ତ୍ରକୁ ଅନୁସରଣ କରିବା ଦ୍ୱାରା ଶାସ୍ତ୍ର ଆମର ସଂରକ୍ଷଣ ତଥା ଅଭିବୃଦ୍ଧିରେ ସହାୟକ ହୋଇଥାଏ । ପ୍ରତିଯୋଗିତାର ମୁଖ୍ୟ ସଂଯୋଜିକା ପ୍ରଫେସର ସାଧ୍ୱୀ ଦେବପ୍ରିୟା କହିଲେ, ଏହି ପ୍ରତିଯୋଗିତାରେ ୪୭୫ ଛାତ୍ରୀଛାତ୍ର ଭଗବଦ୍‌ ଗୀତା, ଷଡ଼ଦର୍ଶନ, ଉପନିଷଦ, ପଞ୍ଚୋପଦେଶ ଏବଂ ନୀତିଶତକମ୍‌, ଘେରଣ୍ଡ ସଂହିତା, ହଠଯୋଗ ପ୍ରଦିିପିକା ଆଦି ଶାସ୍ତ୍ର ପାଠରେ ଭାଗନେଇଛନ୍ତି। ପ୍ରତିଯୋଗିତା ବିଜୟୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ସ୍ବରୂପ ୧ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। ସ୍ବାମୀ ଈଶଦେବ ଓ ଆଚାର୍ଯ୍ୟ ଡା. ଗୌତମ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri