Posted inଜାତୀୟ

ଚୁଡାନ୍ତ ଅନୁମୋଦନ ନ ମିଳିବା ପର୍ଯ୍ୟନ୍ତ କରୋନିଲର ବିଜ୍ଞାପନ କରି ନ ଥାଆନ୍ତା ପତଞ୍ଜଳି: ଆୟୁଷ ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬: ଗୋଟିଏ ପଟେ କରୋନା ମହାମାରୀ ଚିନ୍ତା ବଢାଇ ଚାଲିଥିବା ବେଳେ ଅନ୍ୟପଟେ କରୋନା ପାଇଁ ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ଔଷଧ ପ୍ରସ୍ତୁତି କରିଥିବା ଖବର ବେଳବୁ ବେଳ ଅଡୁଆ ଭିତରକୁ ଚାଲି ଯାଉଛି। ଗୁରୁବାର କେନ୍ଦ୍ର ଆୟୁଷ ମନ୍ତ୍ରୀ ଶ୍ରୀପଦ ଓ୍ବାଇ ନାଏକ କହିଛନ୍ତି ଯେ ପର୍ଯ୍ୟନ୍ତ ପତଞ୍ଜଳି ଆୟୁର୍ବେଦକୁ ଚୁଡାନ୍ତ ଅନୁମୋଦନ ନ ମିଳିଥିଲା ସେପର୍ଯ୍ୟନ୍ତ ସେ କରୋନିଲର ପ୍ରଚାର ପ୍ରସାର କରିବାର ନ ଥିଲା। ତେଣୁ ସେ ଆମ ନିକଟକୁ ଆବେଦନ କଲେ ଆମେ ଖୁବ୍‌ ଶୀଘ୍ର ଏହାକୁ ନେଇ ନିଷ୍ପତ୍ତି ନେବୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ପତଞ୍ଜଳି ଆୟୁର୍ବେଦ ମଙ୍ଗଳବାର କରୋନା ମହାମାରୀ ପାଇଁ ‘କରୋନିଲ’ ଟାବଲେଟ ଲଞ୍ଚ କରିଥିଲା। କମ୍‌ ଲକ୍ଷଣ ଥିବା ରୋଗୀ ଏହାର ବ୍ୟବହାର କଲେ ୭ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯିବେ ବୋଲି ମଧ୍ୟ ଦାବି କରିଥିଲା। ହେଲେ କରୋନିଲକୁ ନେଇ ପତଞ୍ଜଳିକୁ କୌଣସି ଅନୁମତି ନ ମିଳି ଥିବାରୁ ଏବେ ଏହା ଅଡୁଆ ଭିତରକୁ ଚାଲିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?