ପତଞ୍ଜଳିର ୩୦ତମ ପୂର୍ତ୍ତି ଉତ୍ସବ

ନୂଆଦିଲ୍ଲୀ,୬।୧ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ସଂସ୍ଥାନର ୩୦ତମ ପୂର୍ତ୍ତି ଉତ୍ସବ ରବିବାର ହରିଦ୍ୱାରର ପତଞ୍ଜଳି ୱେଲ୍‌ନେସସ୍ଥିତ ଯୋଗ ଭବନ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ପତଞ୍ଜଳି ଯୋଗପୀଠର ପରମାଧ୍ୟକ୍ଷ ସ୍ବାମୀ ବାବା ରାମଦେବ ଏବଂ ପତଞ୍ଜଳି ଯୋଗପୀଠର ସାଧାରଣ ସମ୍ପାଦକ ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କ ସମେତ ପତଞ୍ଜଳି ଯୋଗପୀଠର ୬୦୦୦ରୁ ଅଧିକ ପ୍ରଭାରୀ ଓ ଅନ୍ୟମାନେ ଯୋଗ ଦେଇଥିଲେ।
ଏହି ପରିପ୍ରେକ୍ଷୀରେ ବାବା ରାମଦେବ କହିଥିଲେ, ଆମେ ଅନେକ ଘଟଣା ମଧ୍ୟରେ ଆଜି ୩୦ତମ ପୂର୍ତ୍ତି ଉତ୍ସବ ପାଳନ କରୁଛୁ। ଏପରିକି ଗତ ୩୦ ବର୍ଷର ସେବା, ସଂଘର୍ଷ ଏବଂ ସାଧନାକୁ ସେ ସୁନ୍ଦର ଭାବେ ସର୍ବସାଧାରଣରେ ଉପସ୍ଥାପନ କରିଥିଲେ। ଏପରିକି ପତଞ୍ଜଳି ଯୋଗପୀଠର ଭବିଷ୍ୟତ ଯୋଜନା ଉପରେ ମଧ୍ୟ ରାମଦେବ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ବିଶେଷକରି ଯୋଗପୀଠର ଯୋଗକ୍ରାନ୍ତିର ଅଶେଷ ସଫଳତା ପରେ ରାମଦେବ ବର୍ତ୍ତମାନ ପାଞ୍ଚଟି ବିପ୍ଳବ ‘ଶିକ୍ଷା, ଚିକିତ୍ସା (ଔଷଧ), ଅର୍ଥନୈତିକ (ଆର୍ଥିକ), ଆଦର୍ଶ-ସାଂସ୍କୃତିକ ତଥା ନିଶା’ର ନିବାରଣ ପତଞ୍ଜଳିରୁ ଆରମ୍ଭ ହେବା ଆବଶ୍ୟକ ବୋଲି ସେ କହିଥିଲେ। ସେହିଭଳି ପତଞ୍ଜଳି ଯୋଗପୀଠର ସାଧାରଣ ସମ୍ପାଦକ ଆଚାର୍ଯ୍ୟ ବାଲକ୍ରିଷ୍ଣା କହିଥିଲେ, ଗତ ୩୦ ବର୍ଷ ମଧ୍ୟରେ ଆମେ ଅନେକ ପ୍ରକାରର ପରିବର୍ତ୍ତନ ଆଣିପାରିଛୁ। ଆଗାମୀ ଦିନରେ ସ୍ବାମୀଙ୍କର ସଂକଳ୍ପକୁ ଶତପ୍ରତିଶତ ପୂରଣ କରିବାକୁ ସବୁ ସ୍ତରରେ ପ୍ରୟାସ କରିବୁ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri