ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ସହ ପତଞ୍ଜଳିର ଚୁକ୍ତି

ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍‌ଏଫ୍‌) ଏବଂ ଚେନ୍ନାଇର ଏସ୍‌ଆର୍‌ଏମ୍‌ ସେଣ୍ଟର ଫର୍‌ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ମଧ୍ୟରେ ଏକ ଚୁକ୍ତି ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ଏହି ଅବସରରେ ପିଆର୍‌ଏଫର ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ ସମେତ ପିଆର୍‌ଏଫ୍‌ର ମୁଖ୍ୟ ବୈଜ୍ଞାନିକ ଅନୁରାଗ ବୈର୍ଷ୍ଣୟ, ଏସ୍‌ଆର୍‌ଏମ୍‌-ସିସିଟିଆର ପକ୍ଷରୁ ନୀତିନ ଏମ୍‌. ନାଗରକର, ଡା. ସତ୍ୟଜିତ ମହାପାତ୍ର ଏବଂ ଡା. ସରସ୍ବତୀ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଚୁକ୍ତିନାମା ସ୍ବାକ୍ଷର ହେବା ଅବସରରେ ଆଚାର୍ଯ୍ୟ ବାଲକ୍ରିଷ୍ଣା କହିଛନ୍ତି, ଏହି ଚୁକ୍ତି ଆୟୁର୍ବେଦ ଇତିହାସରେ ଏକ ମାଇଲଖୁଣ୍ଟ ହେବ। ଏହି ମିଳିତ ପ୍ରୟାସ ଆୟୁର୍ବେଦର ପୁନର୍ଜୀବନରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ସେ କହିଛନ୍ତି , ଆୟୁର୍ବେଦରୁ ଭାରତୀୟ ସନାତନ ଜ୍ଞାନ ଉପରେ ଆଧାରିତ ପ୍ରମାଣଭିତ୍ତିକ ଔଷଧକୁ କ୍ଲିନିକାଲ ପରୀକ୍ଷଣ ମାଧ୍ୟମରେ ବିଶ୍ୱସ୍ତରରେ ପହଞ୍ଚାଇବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଭାରତର ଏହି ଦୁଇଟି ଅଗ୍ରଣୀ ଅନୁଷ୍ଠାନ ଆୟୁର୍ବେଦିକ ଔଷଧର ପ୍ରଭାବ ସମ୍ପର୍କରେ ସମଗ୍ର ବିଶ୍ୱରେ ଉପସ୍ଥାପନ କରିବ। ଡା. ନୀତିନ ଏମ୍‌. ନାଗରକର କହିଛନ୍ତି, ଭାରତୀୟ ପ୍ରାଚୀନ ଚିକିତ୍ସା ବିଜ୍ଞାନ ଆୟୁର୍ବେଦକୁ ବିଶ୍ୱସ୍ତରୀୟ ମାନ୍ୟତା ଦେବାରେ ଏହି ଚୁକ୍ତି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଡା. ଅନୁରାଗ କହିଛନ୍ତି, ଏହି ଏମ୍‌ଓୟୁ ସାହାଯ୍ୟରେ ଉଭୟ ଅନୁଷ୍ଠାନ ମିଳିତ ଭାବରେ ଆୟୁର୍ବେଦିକ ଔଷଧର ପ୍ରଭାବକୁ ପ୍ରମାଣଭିତ୍ତିକ ଉପାୟରେ ଉପସ୍ଥାପନ କରିବେ ଏବଂ ବିଭିନ୍ନ ରୋଗରେ ସେମାନଙ୍କର ଉପଯୋଗିତା ପ୍ରମାଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?