ନୂଆଦିଲ୍ଲୀରେ ପତଞ୍ଜଳିର ବିଶାଳ ମହିଳା ସମ୍ମିଳନୀ

ନୂଆଦିଲ୍ଲୀ,୯।୫: ଦେଶର ପ୍ରମୁଖ ଘରୋଇ ଅନୁଷ୍ଠାନ ପତଞ୍ଜଳି ଯୋଗପୀଠ ପକ୍ଷରୁ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଏକ ବିଶାଳ ମହିଳା ସମାବେଶ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏପରିକି ଯୋଗଗୁରୁ ସ୍ବାମୀ ରାମଦେବଙ୍କ ନେତୃତ୍ୱରେ ପତଞ୍ଜଳି ବିଶ୍ୱବିଦ୍ୟାଳୟ ଭାରତ ସ୍ବାଭିମାନ (ମହିଳା ୱିଙ୍ଗ) ସମେତ ଜି-୨୦ ସହଯୋଗୀ ସଙ୍ଗଠନ ଇଡବ୍ଲ୍ୟୁ-୨୦ର ମିଳିତ ଉଦ୍ୟମରେ ଏଭଳି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ପ୍ରାନ୍ତରୁ ୫,୫୦୦ରୁ ଅଧିକ ମହିଳା ଯୋଗ ଦେଇଥିଲେ । ବିଶେଷ କରି ମହିଳାମାନଙ୍କୁ ଶାରୀରିକ, ମାନସିକ ଏବଂ ଅଧ୍ୟାତ୍ମିକ ଭାବେ ଦୃଢ କରିବ ବୋଲି ସ୍ବାମୀ ରାମଦେବ ଉକ୍ତ କାର୍ଯ୍ୟକ୍ରମରେ ଗୁରୁତ୍ୱାରୋପ କରିବା ସହିତ ଯୋଗାସନ ସହ ଜଡିତ ବିଶେଷ ଶିକ୍ଷା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବାମୀ ରାମଦେବ କହିଛନ୍ତି, ଯୋଗ କେବଳ ଭାରତ ନୁହେଁ ବିଶ୍ୱବ୍ୟାପୀ ହେବ। ଯୋଗଧର୍ମ ସହ ସାରାବିଶ୍ୱରେ ସନାତନ ଧର୍ମର ପ୍ରସାର ଦିଗରେ ବର୍ତ୍ତମାନ ଉଦ୍ୟମ ଜାରି ରହିଛି। ସେହିଭଳି ଭାରତ ସାରା ବିଶ୍ୱର ନେତୃତ୍ୱ ନେବାର କ୍ଷମତା ରଖିଛି। ଏପରିକି ଏକ ସୁସ୍ଥ,ସମର୍ଥ, ସଂସ୍କାରୀ ଏବଂ ପରମ ବୈଭବଶାଳୀ ଭାରତ ଗଠନ ଦିଗରେ ମହିଳାମାନଙ୍କର ସବୁଠାରୁ ବଡ ଭୂମିକା ରହିଛି। ଉକ୍ତ କାର୍ଯ୍ୟକ୍ରମରେ ସାଧ୍ୱୀ ଦେବପ୍ରିୟା ଏବଂ ଡ.ଏନ.ପି ସିଂ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

ଟାଟା ପାଓ୍ବାରର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ସର୍ବବୃହତ୍‌ ସମନ୍ବିତ ବିଦ୍ୟୁତ୍‌ କମ୍ପାନୀ ଭାବେ ପରିଚିତ ଟାଟା ପାୱାର ବୈଦ୍ୟୁତିକ ଭେଇକିଲ (ଇଭି) ଚାର୍ଜିଂ ସମାଧାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri