ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ  ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ ଚଳାଇଛନ୍ତି । ପିକ୍ଅପ୍ ଭ୍ୟାନରେ ଗୋରୁ ବିକ୍ରି ପାଇଁ ହାଟକୁ ନେବା ବେଳେ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ଗ୍ରାମର ଟୁକୁନା ନାଇକ ଏବଂ ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମର ଗାଡ଼ି ଚାଳକ କେଞ୍ଚୁ ନାଇକଙ୍କୁ ଗୁରୁବାର ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ପଠାଇ ଦେଇଛନ୍ତି ।

ସେମାନଙ୍କ ନିକଟରୁ ୮ଟି ଗୋରୁ ଓ  ପିକଅପ୍ ଭ୍ୟାନକୁ ଜବତ କରିଥିବା ଜଣାପଡିଛି । ପାଟପୁର ଥାନା ଏଏସଆଇ ସନ୍ତୋଷ କୁମାର ମିଶ୍ର ଏନେଇ ଏତଲା ଦେବାପରେ ମାମଲା ନଂ.୨୧୮/୨୬  ଅନୁଯାୟୀ ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଥିବା ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି ।  ପ୍ରାପ୍ତ ଖବରକୁ ଭିତ୍ତିକରି ପୋଡ଼ାମାରି ଫାଣ୍ଡି ଅଧିକାରୀ ଏସ.ଆଇ ପ୍ରଭାତ କୁମାର ବାଲିକାନା ସଦଳବଳେ ଗୁରୁବାର ଭୋର ପ୍ରାୟ ସାଢ଼େ ୪ ଟାରେ ଗୋରୁ ବୋଝେଇ ଗାଡ଼ିକୁ ପିଛା କରି ପୋଡ଼ାମାରି ନିକଟ ବତାଗଡ ଗାଁ ନିକଟରେ ଧରିଥିଲେ। ଉକ୍ତ ଗୋରୁ ଗୁଡ଼ିକୁ ଅଭିଯୁକ୍ତ ଦ୍ବୟ ହାଟରେ ବିକ୍ରି କରିବା ପାଇଁ ନେଉଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ତଦନ୍ତକାରୀ ଅଧିକାରୀ ତଥା ଫାଣ୍ଡି ଅଧିକାରୀ କହିଛନ୍ତି। ଉଦ୍ଧାର ୮ ଗୋରୁଙ୍କୁ ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ସ୍ଥିତ ଶ୍ରୀ ମଦନ ମୋହନ ଗୋ – ଶାଳା ରେ ଛାଡି ଦିଆଯାଇଥିବା ଜଣାପଡ଼ିଛି।

ଗତ ୨୧ ତାରିଖ ରାତିରେ ପୋଡ଼ାମାରି ଫାଣ୍ଡି ପୋଲିସ ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ଗ୍ରାମର  ୨ ଜଣ ଗୋରୁ ବେପାରୀ ଅଜୟ ନାଇକ ଏବଂ ଭଗବାନ ନାଇକ ଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ୧୫ ଟି ଗୋରୁ ଓ ୨ ଟି ପିକ ଅପ୍ ଭ୍ୟାନ କୁ ଜବତ କରିଥିଲେ। ପାଟପୁର  ଥାନା ମାମଲା ନଂ.୨୦୮/୨୬ ଏବଂ ୨୦୯/୨୬ ଅନୁଯାୟୀ ଅଭିଯୁକ୍ତ ଦ୍ବୟ ଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?