ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର  ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର ତଦନ୍ତକାରୀ ଅଧିକାରୀ ଏସ.ଆଇ ଶ୍ରୀନିବାସ ଦାସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛନ୍ତି ।ଅଭିଯୁକ୍ତମାନେ ହେଲେ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ମୁନା ପାତ୍ର, ଟୁନା ପାତ୍ର,  ପାଟପୁର ଥାନା ପାଟପୁର ଗ୍ରାମର ରାକେଶ ପଟ୍ଟନାୟକ, ଚିନ୍ତାଖାଳି ଗ୍ରାମର ସମୀର ଦୋରା। ଥାନା ମାମଲା ନଂ.୩୪୬/୨୬ ବିଏନଏସ ର ଦଫା – ୩୧୦(୨) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ମାନଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି ।

ଗତ ଶୁକ୍ରବାର ରାତି ପ୍ରାୟ ୧୧ ଟାରେ ସାହାସପୁର ଗ୍ରାମର ନାଟକ ମ୍ୟାନେଜର ସନ୍ତୋଷ ମହାରଣା ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ସାହାସପୁର ଗ୍ରାମ ପୂର୍ବରୁ ନିଛାଟିଆ ରାସ୍ତାରେ କଳା ମୁଖା ପିନ୍ଧିଥିବା ଅଭିଯୁକ୍ତମାନେ ତାଙ୍କୁ ଅଟକାଇ ଠେଙ୍ଗାରେ ନିସ୍ତୁକ ମାଡ଼ ମାରିବା ସହ ତାଙ୍କ ପକେଟରୁ ୧୫ ଶହ ଟଙ୍କା ଜବରଦସ୍ତ ଛଡାଇ ନେଇଥିଲେ । ଏନେଇ ସନ୍ତୋଷ ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ସଦଳବଳେ ବିଭିନ୍ନ ରାସ୍ତାକୁ ନାକାବନ୍ଦୀ କରି ରାସ୍ତାରେ ଯାଉଥିବା ସମସ୍ତ ଗାଡ଼ି ମୋଟର ଖାନ ତଲାସି କରିଥିଲେ।

ପରେ ପ୍ରାପ୍ତ ସୂଚନାକୁ ଭିତ୍ତିକରି ଏହି ଡକାୟତି ଘଟଣାରେ ସାମିଲ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ । ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟମାନେ ଫେରାର ଥିବା ଜଣାପଡିଛି । ଅଭିଯୁକ୍ତମାନେ ସନ୍ତୋଷଙ୍କୁ ମାଡ଼ ମାରି ଲୁଟି ନେଇଥିବା ୧୫ ଶହ ଟଙ୍କା, ୨ ଟି ମୋବାଇଲ ଫୋନ୍ ଏବଂ ତାଙ୍କୁ ଆକ୍ରମଣରେ ବ୍ୟବହୃତ ଠେଙ୍ଗା, କଳା ମୁଖା, ବାଇକ ଜବତ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

କୋଟିଆରେ ଓଡ଼ିଶା ପ୍ରଶାସନର ତତ୍ପରତା, ସୀମାନ୍ତର ୩ ସ୍ଥାନରେ ପୋଲିସ ପୋଷ୍ଟ ସ୍ଥାପନ

ପଟ୍ଟାଙ୍ଗି,୨୫।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ତପ୍ତତରତା ଦେଖାଇଛି ଜିଲା ପ୍ରଶାସନ । ପଡୋଶୀ ଆନ୍ଧ୍ର ରାଜ୍ୟର ସମିତି…

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ…

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ…

ସମ୍ଭାବ୍ୟ ବାତ୍ୟାକୁ ନେଇ ଗୁଡାରି ପ୍ରଶାସନ ସଜାଗ, ଗର୍ଭବତୀଙ୍କ ସୁରକ୍ଷା ଉପରେ ଫୋକସ୍‌

ଗୁଡାରି,୨୫ା୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗୁଡାରି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଏବଂ ସଜାଗ ଥିବା ବିଡ଼ିଓ ଶୁଚିସ୍ମିତା ବେହେରା…

କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ବଟେଶ୍ୱର ରାସ୍ତା ନିର୍ମାଣ ଦାବି ତେଜିଲା

ଗଞ୍ଜାମ,୨୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ବଟେଶ୍ୱର ପୀଠକୁ ହୁମାଠାରୁ ସଂଯୋଗ ରାସ୍ତା ଶୋଚନୀୟ ଅବସ୍ଥା ହୋଇପଡିଛି। କିଛି ଦିନ ପରେ…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

ଦୁର୍ଘଟଣାକୁ ନେଇ ତେଜିଲା ଅସନ୍ତୋଷ, କ୍ରସରରେ ତାଲା ପକାଇଲେ ଗ୍ରାମବାସୀ

ବଲାଙ୍ଗୀର,୨୫।୧୦(ସୁନିଲ କୁମାର ମହାନ୍ତି): ଏକ ଦୁର୍ଘଟଣାକୁ କେନ୍ଦ୍ର କରି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ କ୍ରସରରେ ତାଲା ପକାଇଲେ ଆନ୍ଦୋଳନ କରିଛନ୍ତି। ଏହି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?